Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ

ସେଣ୍ଟଜନ୍ସ,୨୭ା୨: ମାର୍ଚ୍ଚ ୩ରୁ ହେବାକୁଥିବା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଭେଟେରାନ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ପାଖାପାଖି ଦୁଇ ବର୍ଷ ପରେ ପ୍ରଥମ ଥର ଦଳରେ ସ୍ଥାନ ପାଇଛନ୍ତି। ପାକିସ୍ତାନ ସୁପର ଲିଗ୍‌ ଓ ଆଇପିଏଲ୍‌ ସମେତ ନିକଟରେ ଅନୁଷ୍ଠିତ କେତେକ ଟୁର୍ନାମେଣ୍ଟରେ ଏହି ୪୧ ବର୍ଷୀୟ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିଛନ୍ତି। କିରନ ପୋଲାର୍ଡଙ୍କୁ ଏହି ୧୪ ଜଣିଆ ଦଳର ଅଧିନାୟକ କରାଯାଇଛି। ସେହିପରି ୯ ବର୍ଷ ବ୍ୟବଧାନରେ ୩୯ ବର୍ଷୀୟ ସିନିୟର ଫାଷ୍ଟ ବୋଲର ଫିଡେଲ ଏଡଓ୍ବାଡର୍‌ସ ଜାତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ମାର୍ଚ୍ଚ ୩, ୫ ଓ ୭ ତାରିଖରେ ଆଣ୍ଟିଗୁଆର କୁଲିଜ୍‌ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ, ଯେଉଁଠାରେ ପ୍ରଥମଥର ଅନ୍ତର୍ଜାତୀୟ ମ୍ୟାଚ ଖେଳାଯିବ। ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗେଲ୍‌ ଗତ ଥର ଓ୍ବେଷ୍ଟଇଣ୍ଡିଜ ତରଫରୁ ଭାରତ ବିପକ୍ଷ ଘରୋଇ ସିରିଜ ୨୦୧୯ ଅଗଷ୍ଟରେ ଖେଳିଥିଲେ। ସେହିବର୍ଷ ସେ ଆହୁରି ମଧ୍ୟ ୫୦ ଓଭର ବିଶ୍ୱକପ୍‌ ଖେଳିଥିଲେ। ଗେଲ୍‌ ୧୯୯୯ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ସେ ହେଉଛନ୍ତି ଟି୨୦ ଇତିହାସରେ ସବୁଠାରୁ ଅଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ। ସେ ୧୦୩ ଟେଷ୍ଟ, ୩୦୧ ଅନ୍ତର୍ଜାତୀୟ ଦିନିକିଆ ଏବଂ ୫୮ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଏଡଓ୍ବାଡର୍‌ସଙ୍କୁ ସାମିଲ କରାଯିବା ଦ୍ୱାରା ଦଳର ଫାୟାର ପାଓ୍ବାର ବୃଦ୍ଧି ପାଇବ ବୋଲି କ୍ରିକେଟ ଓ୍ବେଷ୍ଟଇଣ୍ଡିଜର ମୁଖ୍ୟ ଚୟନକର୍ତ୍ତା ରୋଜର ହାର୍ପର କହିଛନ୍ତି। ଅଫ୍‌ ସ୍ପିନର କେଭିନ୍‌ ସିନ୍‌କ୍ଲେୟାର ପ୍ରଥମଥର ଓ୍ବେଷ୍ଟଇଣ୍ଡିଜ ଦଳରେ ସ୍ଥାନ ପାଇଥିବା ବେଳେ ଆକିଲ ହୋସେନଙ୍କୁ ପ୍ରଥମ ଥର ଜାତୀୟ ଟି୨୦ ଦଳରେ ସ୍ଥାନ ମିଳିଛି। ସିଲେକ୍ସନ ପ୍ୟାନେଲ ଆହୁରିମଧ୍ୟ ଭ୍ରମଣକାରୀ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁଥିବା ଅନ୍ତର୍ଜାତୀୟ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଛି। ଏହା ଆଣ୍ଟିଗୁଆର ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ମାର୍ଚ୍ଚ ୧୦ରୁ ୧୪ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri