ଜନବସତିରେ ମାତାଲ ହାତୀଙ୍କ ଉତ୍ପାତ

ପାଟଣା,୧୦ା୧୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ବୁଲୁଥିବା ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଜନବସତିମୁହଁା ହୋଇଛନ୍ତି। ଗତ ମଙ୍ଗଳବାର ଅପରାହ୍ନରେ ହାତୀ ମାତାଲ ହୋଇ କାଜୁ ଜଙ୍ଗଲରେ ପଡ଼ିଥିବା ବେଳେ ରାତିରେ ବିଷ୍ଣୁପୁର ଗାଁରେ ପଶି ଉତ୍ପାତ କରିଛନ୍ତି। ଏକ କଦଳୀ ବଗିଚାକୁ ନଷ୍ଟ କରିବା ସହ ୨୦ରୁ ଊର୍ଦ୍ଧ୍ୱ କଳଦୀ କାନ୍ଧି ଖାଇଯାଇଛନ୍ତି। ହାତୀପଲ ଗଁା ନିକଟରେ ଥିବାରୁ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ସୂଚନା ମୁତାବକ, ହାତୀପଲ ମଙ୍ଗଳବାର ରାତିରେ ବିଷ୍ଣୁପୁର ଗାଁର ଉଦୟ ନାଥ ମିଶ୍ରଙ୍କ କଦଳୀ ବଗିଚାରେ ପଶିଥିଲେ। ସେଠାରେ ୫୦ରୁ ଊର୍ଦ୍ଧ୍ୱ କଦଳୀ ଗଛ ଭାଙ୍ଗିବା ସହ ୨୦ଟି କାନ୍ଧି ଖାଇଦେଇଥିଲେ। ଏଥିସହ ଦୀନବନ୍ଧୁ ମିଶ୍ରଙ୍କ ଫସଲ ମଧ୍ୟ ନଷ୍ଟ କରିଛନ୍ତି। ବୁଧବାର ସାରେ ପଲ ପରମେଶ୍ୱର ମନ୍ଦିର ସନ୍ନିକଟରେ ରହିଛନ୍ତି। ହାତୀପଲରେ ୯ ଦନ୍ତା, ୯ ଛୁଆ ଓ ୬ ମାଈହାତୀ ରହିଥିବା ବେଳେ ପାଟଣା ମୁଖ୍ୟାଳୟରେ ଘୂରି ବୁଲୁଥିବା ବନ ବିଭାଗ କହିଛି। ବନ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ସଚେତନ କରାଯାଉଛି। ଘଟଣା ସ୍ଥଳରେ ରେଞ୍ଜର ଘାସିନାଥ ପାତ୍ର, ଫରେଷ୍ଟର ଚିତ୍ତରଞ୍ଜନ ପରିଡ଼ା ପାରା ଷ୍ଟାଫ୍‌ଙ୍କ ସହାୟତାରେ ହାତୀଙ୍କ ଗତିବିଧି ଉପରେ ନଜର ରଖିଥିବା କହିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ହାତୀପଲ ୪ ଦିନ ହେଲା ପାଟଣା ରେଞ୍ଜରେ ବୁଲୁଥିବା ବେଳେ ମଙ୍ଗଳବାର ରନ୍ଧା ମହୁଲୀ ପୋଚ ପିଇ ମାତାଲ ହୋଇ ଏକ କାଜୁ ଜଙ୍ଗଲରେ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri