ଇଟାଭାଟିରେ ପୋଡ଼ି ହୋଇ ମହିଳା ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ମୋହନା,୫ା୮(ସୁକାନ୍ତ କୁମାର ରଥ): ଗଜପତି ଜିଲା ଅଡ଼ବା ଥାନା ଡେଙ୍ଗାସଖାଲ ପଞ୍ଚାୟତ ଅନ୍ତର୍ଗତ ରାଇଜୁକା ଗ୍ରାମରେ ନିଆଁରେ ପୋଡ଼ି ହୋଇ ମହିଳାଙ୍କ ମୃତ୍ୟୁ ଘଟଣା ନୂଆମୋଡ଼ ନେଇଛି। ଏହା ଦୁର୍ଘଟଣା ନୁହେଁ ବରଂ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି କହିବା ସହ ଏନେଇ ମୃତ ସୁପ୍ରିୟା ବସ୍ତରାୟଙ୍କ ସ୍ବାମୀ ଆନନ୍ଦ ବସ୍ତରାୟଙ୍କ ବିରୋଧରେ ଅଡ଼ବା ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି ମୃତ ସୁପ୍ରିୟାଙ୍କ ବାପା ସଦାନନ୍ଦ ନାୟକ।

ସୂଚନାଯୋଗ୍ୟ, ଜୁନ୍‌ ୧୧ ତାରିଖରେ ଇଟାଭାଟିରେ ନିଆଁ ଲଗାଉଥିବା ବେଳେ ନିଆଁରେ ପୋଡ଼ି ହୋଇ ରାଇଜୁକା ଗାଁର ଆନନ୍ଦ ବସ୍ତରାୟଙ୍କ ସ୍ତ୍ରୀ ସୁପ୍ରିୟା ବସ୍ତରାୟ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ମୋହନା ଏବଂ ପରେ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଗତ ଜୁଲାଇ ୨୭ରେ ଚିକିତ୍ସାଧୀନ ଅବସ୍ଥାରେ ସୁପ୍ରିୟାଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ନିଜ ଧର୍ମ ଅନୁଯାୟୀ ମୃତଦେହକୁ କବର ଦିଆଯାଇଥିଲା। କିନ୍ତୁ ଘଟଣାର ସପ୍ତାହ ପରେ ଝିଅକୁ ହତ୍ୟା କରାଯାଇଥିବା ସହ ଅନେକ ସମୟରେ ସ୍ବାମୀ ଆନନ୍ଦ ସୁପ୍ରିୟାକୁ ନିର୍ଯାତନା ଦେଉଥିବା ଅଡ଼ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତ ସୁପ୍ରିୟାଙ୍କ ବାପା।
ଅଭିଯୋଗକୁ ଭିତ୍ତିକରି ପୋଲିସ ଡିଏସ୍‌ପି କୈଳାସ ଚନ୍ଦ୍ର ବୁରୁଦାଙ୍କ ଏବଂ ମୋହନା ଅତିରିକ୍ତ ତହସିଲଦାର ହିମାଂଶୁ ଭୂଷଣ ପଲାଇଙ୍କ ଉପସ୍ଥିତିରେ ଅଡ଼ବା ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ରାଇଜୁକା ଗ୍ରାମରେ ପହଞ୍ଚି ଶ୍ମଶାନରୁ ସୁପ୍ରିୟାଙ୍କ ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ପଠାଇଛି। ମୃତ ସୁପ୍ରିୟାଙ୍କ ସ୍ବାମୀ ଆନନ୍ଦ ବସ୍ତରାୟଙ୍କୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ କରୁଥିବା ଅଡ଼ବା ଥାନାଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri