ଦିବ୍ୟାଙ୍ଗଙ୍କ ପାଇଁ ପ୍ରେରଣା ଏହେସାନ୍‌: ଅଖା ସିଲେଇ କରି ପରିବାର ଚଳାଉଛନ୍ତି

ଚମ୍ପୁଆ,୪।୧୨(ମହେଶ୍ୱର ଦାସ): ରବିବାର ବିଶ୍ୱ ଭିନ୍ନକ୍ଷମ ଦିବସ ପାଳନ ହୋଇଛି। ଭିନ୍ନକ୍ଷମମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ବେସରକାରୀ ସଂସ୍ଥାଗୁଡ଼ିକ ପ୍ରୟାସ ଜାରି ରଖିଛନ୍ତି। ଏଭଳି କ୍ଷେତ୍ରରେ ଜଣେ ଦିବ୍ୟାଙ୍ଗ ହୋଇ ଦିବ୍ୟାଙ୍ଗମାନଙ୍କ ପ୍ରେରଣାର ଉତ୍ସ ପାଲଟିଥିବା ଯୁବକ ହେଉଛନ୍ତି ଚମ୍ପୁଆ ମୁସ୍‌ଲିମ ବସ୍ତିର ଏମ୍‌ଡି ଏହେସାନ୍‌ ଓରଫ ଲେଙ୍ଗେଡୁ(୩୪)। ସେ ନିଜେ ରୋଜଗାର କରି ପରିବାର ପ୍ରତିପୋଷଣ କରିବା ସହ ୪ ଜଣଙ୍କୁ ରୋଜଗାର ଦେଇ ପ୍ରଶଂସାର ପାତ୍ର ହୋଇପାରିଛନ୍ତି। ଏହେସାନଙ୍କ କହିବା ଅନୁଯାୟୀ, ତାଙ୍କୁ ୩ ବର୍ଷ ହୋଇଥିବା ବେଳେ ଜ୍ୱର ହୋଇଥିଲା। ଜ୍ୱର ଭଲ ହେବା ପରେ ତାଙ୍କ ବାମଗୋଡ଼ଟି ପୋଲିଓରେ ଆକ୍ରାନ୍ତ ହୋଇଯାଇଥିଲା। ପିତା ଗୁଲ ମହମ୍ମଦ ଅନେକ ଟଙ୍କା ଖର୍ଚ୍ଚ କରାଇ ଚିକିସତ୍ା କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିଲା। ସେହିଦିନଠାରୁ ଏହେସାନ ଦିବ୍ୟାଙ୍ଗ ପାଲଟି ଯାଇଥିଲେ। ଆଣ୍ଠୁରେ ହାତ ଭରାଦେଇ ଚଲାବୁଲା କରିବା ସହିତ ସ୍ଥାନୀୟ ବିଦ୍ୟାଳୟରେ ପ୍ରାଥମିକ ଶିକ୍ଷା ଶେଷ କରିଥିଲେ। ଏହେସାନଙ୍କ ସିଲେଇ ପ୍ରତି ଆଗ୍ରହ ରହିଥିବା ଦେଖି ତାଙ୍କ ବାପା ଏକ ସିଲେଇ ମେଶିନ ଘରକୁ ଆଣିଥିଲେ। ପରେ ୧୪ ବର୍ଷ ବୟସରେ ପ୍ଲାଷ୍ଟିକ ବୁରା(ଅଖା)ରେ ବ୍ୟାଗ୍‌ ସିଲେଇ କରି ହାଟରେ ବିକିବା ଆରମ୍ଭ କରିଥିଲେ। ବର୍ତ୍ତମାନ ଏହେସାନ ପ୍ଲାଷ୍ଟିକ୍‌ ଅଖା ସିଲେଇ କରି ନିଜ ପରିବାର ପ୍ରତିପୋଷଣ କରୁଛନ୍ତି। ଧାନଚାଷ ସମୟରେ ଧାନ ରଖିବା ପାଇଁ ଚାଷୀମାନେ ବୁରାକୁ ଗୁରୁତ୍ୱ ଦେଉଥିବା ଏହେସାନ ପ୍ଲାଷ୍ଟିକ ଅଖା ସିଲେଇ କରି ବେଶ୍‌ ଲାଭବାନ୍‌ ହୋଇପାରିଛନ୍ତି। ଏପରିକି ନିଜ ଘରେ ଏକ ଅଖା ସିଲେଇ କୁଟିର ଶିଳ୍ପ ନିର୍ମାଣ କରିବାରେ ସଫଳ ହୋଇପାରିଛନ୍ତି। ଦୈନିକ ୪ କାରିଗର ସିଲେଇ କାର୍ଯ୍ୟରେ ନିଯୁକ୍ତ ରହୁଥିବା ବେଳେ ଏହେସାନ ଏହାକୁ ହୋଲସେଲିଂ ଆକାରରେ ବିକ୍ରି କରି ବାର୍ଷିକ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରିପାରୁଛନ୍ତି। ଏଥିପାଇଁ ଆବଶ୍ୟକ ଅଖା ବାଲେଶ୍ୱର ଓ ମୟୂରଭଞ୍ଜ ଅଞ୍ଚଳରୁ ଆଣୁଥିବା ଏହେସାନ କହିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ୨୦ରୁ ୨୫ ଜଣ ବେପାରୀ ତାଙ୍କଠାରୁ ବୁରା ହୋଲ୍‌ସେଲ୍‌ ରେଟ୍‌ରେ କିଣି ଗ୍ରାମାଞ୍ଚଳରେ ବିକୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri