କ୍ରାଇମବ୍ରାଞ୍ଚ ତଦନ୍ତ ଦାବିକଲେ ପରିବାର

ପୁରୀ ଅଫିସ,୧୫।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲାଇଙ୍କ ମୃତ୍ୟୁ ଘଟଣାକୁ ୩ଦିନ ବିତିଯାଇଥିବାବେଳେ ପୋଲିସ ହାତ ବର୍ତ୍ତମାନ ସୁଦ୍ଧା ଖାଲି ରହିଛି। ଫଳରେ ଚିତ୍ତରଞ୍ଜନଙ୍କ ମୃତ୍ୟୁ ଦୁର୍ଘଟଣା ନା ହତ୍ୟା ତାହା ଏଯାବତ୍‌ ସ୍ପଷ୍ଟ ହୋଇପାରୁ ନାହିଁ। ଅପରପକ୍ଷେ ମଙ୍ଗଳବାର ଚିତ୍ତରଞ୍ଜନଙ୍କ ପରିବାର ଲୋକେ ଏସ୍‌ପି କେ.ବିଶାଲ ସିଂଙ୍କୁ ଭେଟି ପୁଅକୁ ନ୍ୟାୟ ସହ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ମଧ୍ୟ ଏସ୍‌ପି ସିଂଙ୍କୁ ସାକ୍ଷାତ କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ଚିତ୍ତରଞ୍ଜନ ସାଙ୍ଗମାନଙ୍କ ସହ ଶନିବାର ଭୋଜିଭାତ ପାଇଁ ଆସି ଆଉ ଘରକୁ ଫେରି ନ ଥିଲେ। ସେ ନିଖୋଜ ଥିବା ନେଇ ରବିବାର ପରିବାର ପକ୍ଷରୁ ପ୍ରଥମେ ଅଭିଯୋଗ ହୋଇଥିଲା। ସେହିଦିନ ଅପରାହ୍ନରେ ତାଙ୍କର ବାଇକ୍‌, ପର୍ସ ଓ ମୋବାଇଲ ଗଡ଼ମୃଗଶୀରାସ୍ଥିତ ଭାର୍ଗବୀ ନଦୀ ନିକଟରୁ ମିଳିଥିଲା। ପରେ ସୋମବାର ସକାଳେ ନଦୀ ମଧ୍ୟରୁ ଚିତ୍ତରଞ୍ଜନଙ୍କ ମୃତଶରୀରକୁ ପୋଲିସ ଉଦ୍ଧାର କରିଥିଲା। ଚିତ୍ତରଞ୍ଜନଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହେବା ସହ ଏଥିରେ ସଞ୍ଜୟଙ୍କ ହାତଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। କିନ୍ତୁ ମଙ୍ଗଳବାର ଚିତ୍ତରଞ୍ଜନଙ୍କ ବାପା, ବଡ଼ବାପା, ଭାଇ ଓ ଭଉଣୀ ଯୋଜନାବୋର୍ଡ ଉପାଧ୍ୟକ୍ଷ ସଞ୍ଜୟଙ୍କ ସହ ମିଶି ଏସ୍‌ପିଙ୍କୁ ସାକ୍ଷାତ କରି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି। ଏଥିସହ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ କଠୋର ଦଣ୍ଡ ଦାବି କରିଛନ୍ତି। ସେହିପରି ଘଟଣାକୁ ୩ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏପର୍ଯ୍ୟନ୍ତ ମୃତ୍ୟୁର କାରଣ ଜାଣି ପାରିନାହିଁ। ତେଣୁ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବା ସହ ଯଥାଶୀଘ୍ର ଘଟଣାରେ ସମ୍ପୃକ୍ତ ଅପରାଧୀଙ୍କୁ ଗିରଫ କରିବାକୁ ରାଜ୍ୟ ଉପାଧ୍ୟକ୍ଷ ସଞ୍ଜୟ ଏସ୍‌ପିଙ୍କୁ କହିଛନ୍ତି। ବର୍ତ୍ତମାନ ତଦନ୍ତ ଚାଲିଥିବାରୁ ଘଟଣା ସମ୍ପର୍କରେ ଅଧିକ ମତ ଦେବା ଠିକ୍‌ ହେବ ନାହଁି ବୋଲି ସଞ୍ଜୟ କହିଛନ୍ତି। ସେହିପରି ମୃତ ଚିତ୍ତରଞ୍ଜନଙ୍କ ବଡ଼ବାପା ପୂର୍ଣ୍ଣଚନ୍ଦ୍ର ପଲେଇ ଘଟଣା ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ପୋଲିସ ପ୍ରଶାସନ ପକ୍ଷରୁ ତଦନ୍ତ ଚାଲିଛି। ଚିତ୍ତରଞ୍ଜନଙ୍କ ହତ୍ୟା ପଛରେ ସାଙ୍ଗ ଜଗନ୍ନାଥ ଷଡ଼ଙ୍ଗୀଙ୍କ ହାତ ରହିଥିବା ନେଇ ସେ ସନ୍ଦେହ କରୁଛନ୍ତି। ମୁଖ୍ୟତଃ ଟଙ୍କା ଧାର ନେବାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ସେ ଅଭିଯୋଗ କରିଛନ୍ତି। ସେହିପରି ଚିତ୍ତରଞ୍ଜନଙ୍କ ଭଉଣୀ ମିଲିଙ୍କ କହିବା ଅନୁଯାୟୀ, ଏସ୍‌ପିଙ୍କୁ ଭେଟିଛୁ। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ଆଶ୍ୱାସନା ଦେଇଥିବା ମିଲି କହିଛନ୍ତି। ଏପରି କି ଏହି ଘଟଣାରେ ସଞ୍ଜୟଙ୍କ ସମ୍ପୃକ୍ତି ନେଇ ଚିତ୍ତରଞ୍ଜନଙ୍କ ପରିବାର ପକ୍ଷରୁ ପ୍ରଥମରୁ କରାଯାଇଥିବା ଅଭିଯୋଗକୁ ମିଲି ଖଣ୍ଡନ କରିଛନ୍ତି। ଅପରପକ୍ଷରେ ଘଟଣାର ସବୁଦିଗକୁ ନେଇ ତଦନ୍ତ ଚାଲିଛି। ପରିବାର ଲୋକ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ଅନୁରୋଧ କରିଛନ୍ତି। ପରିବାର ଲୋକଙ୍କ ଅଭିଯୋଗ ଉପରେ ମଧ୍ୟ ତର୍ଜମା କରାଯାଉଛି ବୋଲି ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri