ମହିଳାଙ୍କ ମୃତଦେହ ଛାଡ଼ି ପଳାଇଲେ

ଚଣ୍ଡିଖୋଲ/ ଛତିଆ,୧୫।୫ (ଡି.ଏନ.ଏ.): ଅର୍ଥ ଅଭାବରୁ ମହିଳାଙ୍କ ମୃତଦେହ ଦାହ କରିପାରିଲେନି ପରିବାର। ରାସ୍ତାକଡ଼ରେ ଛାଡ଼ି ପଳାଇଲେ। ପ୍ରାୟ ୧୨ ଘଣ୍ଟା ମୃତଦେହ ପଡ଼ି ରହିବା ପରେ ଶନିବାର ସକାଳେ ସ୍ଥାନୀୟ ସରପଞ୍ଚଙ୍କ ନେତୃତ୍ୱରେ କେତେଜେଣ ଯୁବକ ମୃତଦେହ ସତ୍କାର କରିଛନ୍ତି। ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମୃତା ମହିଳା ହେଉଛନ୍ତି ଢେଙ୍କାନାଳ ଜିଲାର ଛବି ମିଶ୍ର (୨୭)। ଢେଙ୍କାନାଳ ଜିଲାର ମାୟାଧର ମହାନ୍ତିଙ୍କ ପରିବାର ଛତିଆ ପଞ୍ଚାୟତ ଅମରାବତୀ ପାଟଣା ଗ୍ରାମରେ ଘର ଭଡ଼ା ନେଇ ରହିଆସୁଛନ୍ତି। ସେ ତାଙ୍କ ସାନଝିଅ ଛବିଙ୍କୁ ଭୁବନ ଅଞ୍ଚଳରେ ବିବାହ କରାଇଥିଲେ। ତେବେ କିଛି ମାସ ହେବ ଛବି ଆସି ବାପଙ୍କ ଭଡ଼ା ଘର ଛତିଆରେ ରହୁଥିଲେ। ସେଠାରେ ପୁତ୍ରସନ୍ତାନ ଜନ୍ମ ହୋଇଥିଲା। ତେବେ ବୃଦ୍ଧ ମା’ବାପା ନିଜେ ରୋଜଗାର କରି ଚଳିବା ଅକ୍ଷମ ହୋଇଥିବା ବେଳେ ଝିଅ ଆସି ପହଞ୍ଚିବା ପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଥିଲା। ଏହାପରେ ଛବିଙ୍କ ସ୍ବାସ୍ଥ୍ୟ ଖରାପ ହେବାକୁ ଲାଗିଥିଲା। ତେବେ ଅର୍ଥ ଅଭାବ ଯୋଗୁ ତାଙ୍କର ଉତ୍ତମ ଚିକିତ୍ସା ହୋଇ ପାରି ନ ଥିଲା। ଶୁକ୍ରବାର ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସ୍ବାମୀ ହେମନ୍ତ ମିଶ୍ର ପହଞ୍ଚି ତାଙ୍କୁ ବଡ଼ଚଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସ୍ବାସ୍ଥ୍ୟ ଅବସ୍ଥାରେ ସୁଧାର ନ ଆସିବାରୁ ପରେ ତାଙ୍କୁ କଟକ ବଡ଼ ମେଡିକାଲକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ଆମ୍ବୁଲାନ୍ସ ଯୋଗେ ମୃତଦେହ ଛତିଆକୁ ଆଣିଥିଲେ। ତେବେ ମୃତଦେହ ସତ୍କାର ପାଇଁ ଆବଶ୍ୟକ ଅର୍ଥ ନ ଥିବାରୁ ଛବିଙ୍କ ମା’ବାପା ଚିନ୍ତିତ ହୋଇ ପଡ଼ିଥିଲେ। ଶେଷରେ ଆମ୍ବୁଲାନ୍ସରୁ ଛବିଙ୍କ ମୃତଦେହ କାଢ଼ି ରାସ୍ତା କଡ଼ରେ ଥୋଇ ଘରକୁ ଫେରି ଆସିଥିଲେ। ଶନିବାର ସକାଳେ ଏହି ଘଟଣା ଦେଖି ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଟଣା କ’ଣ ଜାଣି ନ ପାରି ଛତିଆ ବିଟ୍‌ ହାଉସ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିଥିଲା। ଛବିଙ୍କ ପରିବାରକୁ ପଚରାଉଚରା ବେଳେ ତାଙ୍କ ବାପା ଉପରୋକ୍ତ ଘଟଣା ପୋଲିସ ଆଗରେ ପ୍ରକାଶ କରିଥିଲେ। ଏହାପରେ ପୋଲିସ ଛବିଙ୍କ ମୃତଦେହକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ପରେ ଛତିଆ ସରପଞ୍ଚ ରମେଶ ପୃଷ୍ଟି, ସ୍ଥାନୀୟ କେତେଜଣ ଯୁବକ ଓ ପୋଲିସ ସହାୟତାରେ ମୃତଦେହ ସତ୍କାର କରାଯାଇଥିଲା। ଅନ୍ୟପକ୍ଷରେ ଆମ୍ବୁଲାନ୍ସ ଚାଳକଙ୍କୁ ଅର୍ଥ ଦେଇ ନ ପାରିବାରୁ ସେ ରାସ୍ତାରେ ଛବିଙ୍କ ମୃତଦେହ ଛାଡ଼ି ଚାଲି ଯାଇଥିବା ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri