ନିଖୋଜ ନାବାଳିକାକୁ ଖୋଜିବା ନେଇ ଏସପିଙ୍କ ଦ୍ବାରସ୍ଥ ହେଲେ ପରିବାର ଲୋକ

କେନ୍ଦୁଝର,୨୪।୪ (ସ୍ବ.ପ୍ର.) ଗତ ମାର୍ଚ୍ଚ ମାସ ୨୦ ତାରିଖରୁ ନିଖୋଜ ଥିବା ୧୫ ବର୍ଷ ନାବାଳିକାକୁ ସ୍ଥାନୀୟ ପୋଲିସ ଉଦ୍ଧାର କରିବାରେ ବିଫଳ ହେବାରୁ ଆଜି ସାରେ ତାଙ୍କ ବାପା ମାଧବ ଚରଣ ସୱାଇଁ ଓ ପରିବାର ସଦସ୍ୟ ଏସପି କେନ୍ଦୁଝର ମିତ୍ରଭାନୁ ମହାପାତ୍ରଙ୍କ କାର୍ଯ୍ୟାଳୟକୁ ଆସି ନିବେଦନ କରିଛନ୍ତି। ତାଙ୍କ ଘର ଘଷିପୁରା ଥାନା ବେଲବାହାଳି ଗ୍ରାମରେ ବୋଲି ଜଣା ପଡ଼ିଛି। ତାଙ୍କ ସହିତ ଭାଜପା ଜିଲା ପରିଷଦ ସଭ୍ୟ ଅସୀମା ମିଶ୍ର ଆସି ଏସପିଙ୍କୁ ଅଭିଯୋଗ ପତ୍ର ଦେଇ ସୁରକ୍ଷିତ ଉଦ୍ଧାର କରିବା ପାଇଁ ନିବେଦନ କରିଛନ୍ତି। ଉକ୍ତ ଦିନ ହାଇସ୍କୁଲ ବୋର୍ଡ ପରୀକ୍ଷାର ଶେଷ ଦିନ ଥିଲା। ପରୀକ୍ଷା ଦେବାକୁ ଯାଇ ଆଉ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜା ଖୋଜି କରିଥିଲେ ହେଁ ପାଇ ନ ଥିଲେ । ଘଷିପୁରା ଥାନା ଗୁହାଳିଆ ଗ୍ରାମର ଜଣେ ଯୁବକ ମନ୍ଦ ଉଦ୍ଦେଶ୍ୟରେ ତାଙ୍କୁ ଅନିଚ୍ଛା ସତ୍ତ୍ୱେ କୁଆଡେ ନେଇ ଯାଇଥିବା ଜାଣିବା ପରେ ମାର୍ଚ୍ଚ ୨୧ରେ ଘଷିପୁରା ଥାନାରେ ପରିବାର ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣାରେ ବାରିଗାଁର ଜଣେ ବ୍ୟକ୍ତି ସହଯୋଗ କରିଥିବା ଜାଣି ପୋଲିସକୁ ସୂଚନା ଦେଇଥିଲେ। ତେବେ ସ୍ଥାନୀୟ ପୋଲିସ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ପରିବାର ଲୋକ ଆଶା ଆଶଙ୍କାରେ ରହୁଥିବା ଜିଲା ପରିଷଦ ସଭ୍ୟ ଶ୍ରୀମତୀ ମିଶ୍ର କହିଛନ୍ତି। ଘଷିପୁରା ପୋଲିସ କେସ ନମ୍ବର ୯୪/୨୦୨୩ ରେ କେସ ରୁଜୁ କରିଥିଲେ ହେଁ ଯୁବତୀ କୁ ଉଦ୍ଧାର କରି ନଥିବାରୁ କୌଣସି ଅଘଟଣ ଘଟିଲେ ପୋଲିସ ଦାୟୀ ରହିବେ ବୋଲି ପରିବାର ଲୋକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri