ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ପରିବାରବର୍ଗ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରରେ ରହୁଥିବା ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଏହି ଘଟଣାର ଅଢ଼େଇ ମାସ ପରେ ଏପ୍ରିଲ ୧୯ରେ ଅଭିଯୁକ୍ତ ପ୍ରେମିକା ସୋନାଲି ନନ୍ଦ ଓ ତାଙ୍କ ମା’ଙ୍କ ନାମରେ ମାମଲା (ନଂ. ୧୦୦/୨୦୨୨) ରୁଜୁ କରିଥିଲା। ତେବେ ଏଯାବତ୍‌ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ତେଣୁ ସୌମ୍ୟଙ୍କ ପରିବାର ଲୋକେ ମଙ୍ଗଳବାର ଭୁବନେଶ୍ୱରର ନୂତନ ଡିସିପି ପ୍ରତୀକ ସିଂଙ୍କୁ ଭେଟି ନ୍ୟାୟ ମାଗିଛନ୍ତି।
ସୌମ୍ୟଙ୍କ ମା’ ମୋହିନୀ ପାଣିଗ୍ରାହୀ, ଭଉଣୀ ଲକ୍ଷ୍ମୀପ୍ରିୟା ଏବଂ ଭିଣୋଇ ଡିସିପିଙ୍କୁ ମାମଲା ବିଷୟରେ ଜଣାଇଛନ୍ତି। ମାମଲା ରୁଜୁ ହୋଇଥିଲେ ବି କ’ଣ ପାଇଁ ପ୍ରେମିକା ଓ ତାଙ୍କ ମା’ଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ତାହା ପଚାରିଥିଲେ। ଏହି ମାମଲା ସମ୍ପର୍କରେ ଅନୁଧ୍ୟାନ କରିବେ ବୋଲି ଡିସିପି ସିଂ ସେମାନଙ୍କୁ କହିଛନ୍ତି। ଅପରପକ୍ଷରେ, ନୂଆ ଡିସିପି ଏହି ମାମଲାକୁ ଗୁରୁତ୍ୱର ସହ ନେଇ ବିଚାର କରିବେ ବୋଲି ଆଶା ରଖିଥିବା ମୋହିନୀ ଗଣମାଧ୍ୟମକୁ କହିଛନ୍ତି। ଗାୟିକା ସୋନାଲିଙ୍କ ସହ ମଡେଲ୍‌ ସୌମ୍ୟ ପ୍ରେମ ସମ୍ପର୍କରେ ଥିଲେ। ଉଭୟଙ୍କ ମଧ୍ୟରେ ବିବାହ ସ୍ଥିର ହୋଇଥିଲା। ସୋନାଲି ପ୍ରତାରଣା କରିବାରୁ ସୌମ୍ୟ ଜାନୁୟାରୀ ୩୦ ତାରିଖ ରାତିରେ ତାଙ୍କ ରୁମ୍‌ରେ ଏକ ଚିଠି ଛାଡ଼ି ଯିବା ସହ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁ ଲାଗି ପ୍ରେମିକା ସୋନାଲିଙ୍କୁ ସେ ଦାୟୀ କରିଥିଲେ। ପରିବାର ଲୋକେ ଥାନାରେ ସୋନାଲି ଓ ତାଙ୍କ ମା’ଙ୍କ ନାଁରେ ଅଭିଯୋଗ କରିଥିଲେ ବି ପୋଲିସ କେବଳ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ତେଣୁ ସୌମ୍ୟଙ୍କ ଭଉଣୀ ଲକ୍ଷ୍ମୀପ୍ରିୟା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୩ ସପ୍ତାହ ମଧ୍ୟରେ ଆଇନ୍‌ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ତତ୍କାଳୀନ ଡିସିପି ଉମାଶଙ୍କର ଦାସଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ୩ ସପ୍ତାହ ମଧ୍ୟରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ସୌମ୍ୟଙ୍କ ପରିବାର ପକ୍ଷରୁ ଅଦାଲତ ଅବମାନନା ମାମଲା ଦାଏର କରାଯାଇଥିଲା। ଏପ୍ରିଲ୍‌ ୧୧ରେ ମାମଲାର ଅଗ୍ରଗତି ନେଇ ମେ ୫ ମଧ୍ୟରେ ଜଣାଇବାକୁ ହାଇକୋର୍ଟ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦ୍ଦେଶ ଦେବାରୁ ସୋନାଲି ଓ ତାଙ୍କ ମା’ଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri