କଟକ ଅଫିସ,୨ା୧୨: ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ସରକାର ମଙ୍ଗଳବାର ସତ୍ୟପାଠ ଦାଖଲ କରିଛନ୍ତି। କେ. ରମେଶଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ସିଆର୍ପିସି ୧୭୬ ଦଫା ଅନୁସାରେ ପୁରୀ ଜିଲା ଜଜ୍ ଜଣେ ବିଚାରବିଭାଗୀୟ ମାଜିଷ୍ଟ୍ରେଟଙ୍କୁ ମୃତ୍ୟୁର କାରଣ ସମ୍ପର୍କରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଗକୁ ଏନ୍ଏଚ୍ଆର୍ସି ଯେଉଁ ନିର୍ଦ୍ଦେଶ ଦେବେ, ସେହି ଅନୁସାରେ ତଦନ୍ତ ଆଗେଇବ ବୋଲି ସରକାର ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ଅପରପକ୍ଷରେ ଆବେଦନକାରୀ ଓକିଲ ମଙ୍ଗଳବାର ଆଉ ଏକ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ସେ କହିଛନ୍ତି , ରମେଶଙ୍କୁ ପୋଲିସ ବାହାରୁ ନୁହେଁ ବରଂ ଘରୁ ଉଠାଇ ନେଇଥିଲା। ଏପରି କି ବାସେଳି ସାହି ଥାନା ମଧ୍ୟରେ ତାଙ୍କୁ ମାଡ଼ ମରାଯିବାବେଳେ ଖୋଦ୍ ଏସ୍ପି ଅଖିଳେଶ୍ୱର ସିଂ ଉପସ୍ଥିତ ଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୪ତାରିଖରେ ହେବ।
ଘଟଣା ରାତିରେ ଏସ୍ପି ସିଂ ଥାନାରେ ଉପସ୍ଥିତ ଥିବା ନେଇ ଆବେଦନକାରୀ ଓକିଲ ଶରତ ରାୟଗୁରୁ ଅଦାଲତରେ ସତ୍ୟପାଠ ଦାଖଲ କରିବା ପରେ ଘଟଣା ନୂଆ ମୋଡ଼ ନେଇଛି। ରମେଶଙ୍କୁ ଗତ ୧୬ତାରିଖ ମଧ୍ୟରାତ୍ରିରେ ଘରୁ ପୋଲିସ ଉଠାଇ ନେଇଥିଲା ଏବଂ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ୧୮ତାରିଖରେ ମୃତ୍ୟୁ ହୋଇଥିବାନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ତେବେ ରମେଶଙ୍କ ମୃତ ଦେହକୁ ପରିବାରକୁ ହସ୍ତାନ୍ତର ନ କରି ନଭେମ୍ବର ୧୯ରେ ସଂସ୍କାର କରାଯାଇଥିଲା। ଏହାର ଦିନକ ପରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି) ରାଜ୍ୟ ସରକାରଙ୍କୁ ଏହି ହାଜତ ମୃତ୍ୟୁ ସମ୍ପର୍କରେ ଜଣାଇବାକୁ ରିପୋର୍ଟ ତଲବ କରିଥିଲେ। ସୁପ୍ରିମକୋର୍ଟଙ୍କ ଗାଇଡଲାଇନକୁ ଉଲ୍ଲଂଘନ କରି ଏବେ ବି ହାଜତ ମୃତ୍ୟୁ ଭଳି ଘଟଣା ଘଟୁଥିବା ନେଇ ଏନ୍ଏଚ୍ଆର୍ସି ଉଦ୍ବେଗ ପ୍ରକାଶ କରିଥିଲେ। ଅପରପକ୍ଷରେ ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ, ବରଂ ତାଙ୍କୁ କାବୁ କରିବାକୁ ଗଲାବେଳେ ପୋଲିସ ସହିତ ଧସ୍ତାଧସ୍ତି ହେବାରୁ ସେ ତଳେ ପଡ଼ିଯାଇ ଆହତ ହୋଇଥିଲେ। ପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ପୋଲିସ ହାଇକୋର୍ଟରେ ନିଜର ଜବାବ ଦାଖଲ କରିଥିଲା। ତେଣୁ ଏହି ଘଟଣାର ସତ୍ୟାସତ୍ୟ ଉନ୍ମୋଚନ ପାଇଁ ଅଦାଲତଙ୍କ ପ୍ରତ୍ୟକ୍ଷ ନିରୀକ୍ଷଣରେ ତଦନ୍ତ କରିବା ସହ ଘଟଣାରେ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆବେଦନକାରୀ ଓକିଲ ରାୟଗୁରୁ ଅଦାଲତରେ ପ୍ରାର୍ଥନା କରିଛନ୍ତି।
Posted inଆମ ଜିଲା ଖବର, କଟକ View All
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା
ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…
ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…
ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…
ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…
ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ
ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

