କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ହଜାର ଟଙ୍କା

ଭୁବନେଶ୍ୱର, ୨୯।୯(ବ୍ୟୁରୋ):କରୋନାରେ ମୃତ୍ୟୁ ହୋଇଥିଲେ ପରିବାରକୁ ମିଳିବ ୫୦ ହଜାର ଟଙ୍କା। ଏହି ସହାୟତା ଦେବେ ରାଜ୍ୟ ସରକାର। ଏନେଇ ଡିଏମ୍‌ଇଟି ଡା. ସିବିକେ ମହାନ୍ତି ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସହାୟତା ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରିବେ। କୋଭିଡ୍‌ରେ ମରିଥିବା ବ୍ୟକ୍ତିଙ୍କ ପରିବାର ପିଛା ୫୦ ହଜାର ଟଙ୍କା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସ୍ବତନ୍ତ୍ର ଏସ୍‌ଓପି ଜାରି ହେବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସଂକ୍ରମଣର ୩୦ଦିନ ମଧ୍ୟରେ ମୃତ୍ୟୁ ହୋଇଥିଲେ ହିଁ ସହାୟତା ମିଳିବ। ସେହିପରି ଏହି ସମୟ ଭିତରେ ଆତ୍ମହତ୍ୟା ବା ଦୁର୍ଘଟଣାରେ ମୃତକଙ୍କୁ ମଧ୍ୟ ସାମିଲ କରାଯିବ। ତେଣୁ ରାଜ୍ୟରେ କୋଭିଡ୍‌ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟିବ। ନିୟମାନୁସାରେ ମୃତ୍ୟୁ ଅଡିଟ୍‌ ପାଇଁ ଜିଲାସ୍ତରରେ କମିଟି ଗଠନ ହେବ। ଏସବୁ ଯୋଗ୍ୟତା ରହିଥିଲେ ସହାୟତା ପାଇଁ ଆବେଦନ କରିପାରିବେ ବୋଲି ଡିଏମ୍‌ଇଟି କହିଛନ୍ତି। କରୋନାରେ ପ୍ରାଣ ହରାଇଥିବା ପରିବାରକୁ କ୍ଷତିପୂରଣ ହିସାବରେ ୫୦ ହଜାର ଟଙ୍କା ପ୍ରଦାନ କରାଯିବା ନେଇ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ମୃତକଙ୍କ ପରିବାର ଲୋକେ ଏହି କ୍ଷତିପୂରଣ ପାଇବେ। ତେବେ ଏହି ଅର୍ଥ ରାଜ୍ୟ ସରକାର ପ୍ରଦାନ କରିବେ ବୋଲି କେନ୍ଦ୍ର ସରକାର ମଧ୍ୟ କହିଥିଲେ। କୋଭିଡ୍‌ ମୃତକଙ୍କ ପରିବାରକୁ ସହାୟତା ନେଇ ସତ୍ୟପାଠ ପରିପ୍ରେକ୍ଷୀରେ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶଂସା କରିଥିଲେ। ଜଷ୍ଟିସ୍‌ ଏମ୍‌. ଆର୍‌. ସାହା ଓ ଜଷ୍ଟିସ୍‌ ଏ.ଏସ୍‌. ବୋପାନ୍ନା ପ୍ରଶଂସା କରି କହିଥିଲେ ଯେ, ଏକ ଜନବହୁଳ ରାଷ୍ଟ୍ରରେ କୋଭିଡ୍‌ ପରିଚାଳନାରେ ଭାରତ ଏକ ଉଦାହରଣ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri