ଫ୍ୟାମିଲି ପେନ୍‌ସନ ସୀମା ୧.୨୫ ଲକ୍ଷକୁ ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଫ୍ୟାମିଲି ପେନ୍‌ସନ ସୀମାକୁ ୧.୨୫ ଲକ୍ଷକୁ ବଢାଇଛନ୍ତି। ଫ୍ୟାମିଲି ପେନ୍‌ସନ କ୍ଷେତ୍ରରେ ସଂସ୍କାର ପଦକ୍ଷେପ ଅନ୍ତର୍ଗତ ଏଭଳି ବ୍ୟବସ୍ଥା କରାଯାଇଛି। ଏହି ସୀମା ପୂର୍ବରୁ ୪୫ ହଜାର ଟଙ୍କା ରହିଥିଲା। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି, ନୂଆ ପଦକ୍ଷେପ ଫଳରେ ପରଲୋକଗତ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କ ଜୀବନ ଧାରଣ ସହଜ ହେବା ସହିତ ସେମାନଙ୍କୁ ଯଥେଷ୍ଟ ଆର୍ଥତ୍କ ସୁରକ୍ଷା ମିଳିପାରିବ। ସେ ଆହୁରି ମଧ୍ୟ କହିଛନ୍ତି, ମାତାପିତାଙ୍କ ମୃତ୍ୟୁ ପରେ ଯଦି ସେମାନଙ୍କ ସନ୍ତାନ ଫ୍ୟାମିଲି ପେନ୍‌ସନର ୨ଟି କିସ୍ତି ଉଠାଇବା ଲାଗି ଅଧିକୃତ ହୋଇଥାନ୍ତି, ସେହି ଅର୍ଥ ରାଶି ପରିମାଣ ସମ୍ପର୍କରେ ସ୍ପଷ୍ଟୀକରଣ ଜାରି କରାଯାଇଛି। ଏହି ୨ଟି କିସ୍ତିର ମୋଟ ଅର୍ଥ ରାଶି ୧.୨୫ ଲକ୍ଷ ଟଙ୍କାରୁ ଅଧିକ ହେବ ନାହିଁ। ଏହା ପୂର୍ବ ସର୍ବାଧିକ ସୀମାଠାରୁ ଅଢେଇଗୁଣା ଅଧିକ ବୃଦ୍ଧି।
ଷଷ୍ଠ ବେତନ ଆୟୋଗଙ୍କ ସୁପାରିସ ଅନୁସାରେ ୯୦ହଜାର ଟଙ୍କାର ସର୍ବାଧିକ ବେତନ ସନ୍ଦର୍ଭରେ ବର୍ଦ୍ଧିତ ଅର୍ଥ ରାଶି ନିର୍ଦ୍ଧାରଣ କରାଯାଇଥିଲା। ବର୍ତ୍ତମାନ ସପ୍ତମ ବେତନ ଆୟୋଗଙ୍କ ସୁପାରିସ ଅନୁସାରେ ସର୍ବାଧିକ ବେତନ ବୃଦ୍ଧି ପାଇଁ ମାସିକ ୨.୫ ଲକ୍ଷ ଟଙ୍କା ହୋଇଯାଇଛି। କେନ୍ଦ୍ରୀୟ ପ୍ରଶାସନିକ ପେନ୍‌ସନ ନିୟମ ଅନୁସାରେ ଏହି ପେନ୍‌ସନ ଅର୍ଥ ରାଶି ୨.୫ ଲକ୍ଷର ୫୦% ବା ୧.୨୫ ଲକ୍ଷ ଏବଂ ୩୦% ବା ୭୫ ହଜାର ନିର୍ଦ୍ଧାରଣ କରାଯାଇଛି। ବର୍ତ୍ତମାନର ନିୟମ ଅନୁସାରେ ଯଦି କୌଣସି ସନ୍ତାନଙ୍କ ପିତାମାତା ସରକାରୀ ଚାକିରିରେ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣକର ଚାକିରି କାଳରେ ମୃତ୍ୟୁ ହୋଇସାରିଛି କିମ୍ବା ଅବସର ଗ୍ରହଣ କରିଛନ୍ତି ତା’ହେଲେ ପରଲୋକଗତ ବ୍ୟକ୍ତିଙ୍କର ଫ୍ୟାମିଲି ପେନ୍‌ସନ ତାଙ୍କର ଜୀବନସାଥୀଙ୍କୁ ଦିଆଯିବ। ଆହୁରି ଯଦି ସାଥୀଙ୍କର ମୃତ୍ୟୁ ଘଟେ ତା’ହେଲେ ତାଙ୍କର ଜୀବିତ ପିଲା ନିଜର ଯୋଗ୍ୟତା ସାବ୍ୟସ୍ତ କରିବା ପରେ ତାଙ୍କୁ ନିଜ ସ୍ବର୍ଗବାସୀ ମାତାପିତା ଉଭୟଙ୍କ ପାରିବାରିକ ପେନ୍‌ସନ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri