ପରିବାର ଅଦାଲତରେ ସାକ୍ଷ୍ୟ ଦେଲେ ଅନୁଭବ

କଟକ ଅଫିସ,୧୭।୪: ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଓକିଲ ଜେରା କରିଛନ୍ତି। ପରିବାର ଅଦାଲତରେ ଅନୁଭବ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିବା ସହିତ ଦାଖଲ ନଥିପତ୍ର ଚିହ୍ନଟ କରିଥିଲେ। ଏଥିସହ ଉକ୍ତ ମାମଲାର ତ୍ୱରିତ ଶୁଣାଣି କରିବାକୁ ସେ ଅଦାଲତଙ୍କୁ ନିବେଦନ କରିଥିଲେ। ଅନୁଭବଙ୍କୁ ବର୍ଷାଙ୍କ ଓକିଲ ବିଭିନ୍ନ ପ୍ରଶ୍ନ ଜେରା ସମୟରେ ପଚାରିଥିଲେ। ସୂଚନାଯୋଗ୍ୟ, ଛାଡ଼ପତ୍ର ପାଇଁ ଅନୁଭବ ଦାଏର କରିଥିବା ଆବେଦନ ସହ ଦାମ୍ପତ୍ୟ ସମ୍ପର୍କ ସୁରକ୍ଷା ଲାଗି ବର୍ଷା ରୁଜୁ କରିଥିବା ଆବେଦନର ଏକତ୍ର ଶୁଣାଣି ପରିବାର ଅଦାଲତରେ ଚାଲିଛି। ଅନୁଭବ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଛାଡ଼ପତ୍ର ପାଇଁ ୨୦୨୦ ଜୁଲାଇ ୬ରେ ପିଟିଶନ୍‌ ଦାଖଲ କରିଥିଲେ। ଏହି ଛାଡ଼ପତ୍ର ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ପାଇଁ ବର୍ଷା ୨୦୨୦ ସେପ୍ଟେମ୍ବର ୧୯ରେ ସୁପ୍ରିମେକାର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୨୧ ମାର୍ଚ୍ଚ ୫ରେ ସୁପ୍ରିମକୋର୍ଟରେ ଏହି ମାମଲାର ଚୂଡାନ୍ତ ଶୁଣାଣି ହୋଇଥିଲା। ଅନୁଭବଙ୍କ ସହମତିକୁ ବିଚାରକୁ ନେଇ ସୁପ୍ରିମକୋର୍ଟ ବର୍ଷାଙ୍କ ଟ୍ରାନ୍ସଫର ପିଟିଶନକୁ ଅନୁମତି ଦେଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଅନୁଭବ ପଟିଆଲା ହାଉସ କୋର୍ଟରେ ଦାଖଲ କରିଥିବା ଆବେଦନ ଶୁଣାଣି ପାଇଁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ହୋଇଥିଲା। ପରେ ୨୦୨୨ ଜାନୁୟାରୀ ୨୨ରେ ଉଭୟ ଅନୁଭବ ଓ ବର୍ଷା କଟକ ପରିବାର ଅଦାଲତରେ ହାଜର ହୋଇଥିଲେ। ଅଦାଲତରେ ମଧ୍ୟସ୍ଥତା ପ୍ରକ୍ରିୟାରୁ କୌଣସି ସୁଫଳ ମିଳିପାରି ନ ଥିଲା। ଏହାପରେ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri