ପରିବାର ଅଦାଲତରେ ସାକ୍ଷ୍ୟ ଦେଲେ ଅନୁଭବ

କଟକ ଅଫିସ,୧୭।୪: ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଓକିଲ ଜେରା କରିଛନ୍ତି। ପରିବାର ଅଦାଲତରେ ଅନୁଭବ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିବା ସହିତ ଦାଖଲ ନଥିପତ୍ର ଚିହ୍ନଟ କରିଥିଲେ। ଏଥିସହ ଉକ୍ତ ମାମଲାର ତ୍ୱରିତ ଶୁଣାଣି କରିବାକୁ ସେ ଅଦାଲତଙ୍କୁ ନିବେଦନ କରିଥିଲେ। ଅନୁଭବଙ୍କୁ ବର୍ଷାଙ୍କ ଓକିଲ ବିଭିନ୍ନ ପ୍ରଶ୍ନ ଜେରା ସମୟରେ ପଚାରିଥିଲେ। ସୂଚନାଯୋଗ୍ୟ, ଛାଡ଼ପତ୍ର ପାଇଁ ଅନୁଭବ ଦାଏର କରିଥିବା ଆବେଦନ ସହ ଦାମ୍ପତ୍ୟ ସମ୍ପର୍କ ସୁରକ୍ଷା ଲାଗି ବର୍ଷା ରୁଜୁ କରିଥିବା ଆବେଦନର ଏକତ୍ର ଶୁଣାଣି ପରିବାର ଅଦାଲତରେ ଚାଲିଛି। ଅନୁଭବ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଛାଡ଼ପତ୍ର ପାଇଁ ୨୦୨୦ ଜୁଲାଇ ୬ରେ ପିଟିଶନ୍‌ ଦାଖଲ କରିଥିଲେ। ଏହି ଛାଡ଼ପତ୍ର ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ପାଇଁ ବର୍ଷା ୨୦୨୦ ସେପ୍ଟେମ୍ବର ୧୯ରେ ସୁପ୍ରିମେକାର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୨୧ ମାର୍ଚ୍ଚ ୫ରେ ସୁପ୍ରିମକୋର୍ଟରେ ଏହି ମାମଲାର ଚୂଡାନ୍ତ ଶୁଣାଣି ହୋଇଥିଲା। ଅନୁଭବଙ୍କ ସହମତିକୁ ବିଚାରକୁ ନେଇ ସୁପ୍ରିମକୋର୍ଟ ବର୍ଷାଙ୍କ ଟ୍ରାନ୍ସଫର ପିଟିଶନକୁ ଅନୁମତି ଦେଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଅନୁଭବ ପଟିଆଲା ହାଉସ କୋର୍ଟରେ ଦାଖଲ କରିଥିବା ଆବେଦନ ଶୁଣାଣି ପାଇଁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର ହୋଇଥିଲା। ପରେ ୨୦୨୨ ଜାନୁୟାରୀ ୨୨ରେ ଉଭୟ ଅନୁଭବ ଓ ବର୍ଷା କଟକ ପରିବାର ଅଦାଲତରେ ହାଜର ହୋଇଥିଲେ। ଅଦାଲତରେ ମଧ୍ୟସ୍ଥତା ପ୍ରକ୍ରିୟାରୁ କୌଣସି ସୁଫଳ ମିଳିପାରି ନ ଥିଲା। ଏହାପରେ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri