୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପରେ ମୃତଦେହ ଗାଁକୁ ନେଲେ ପରିବାର ଲୋକେ

କୋକସରା,୨୫ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ଶନିବାର ଟ୍ରକ୍‌ ଧକ୍କାରେ ଗୁରୁତର ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାରେ ମୃତ୍ୟୁ ଘଟିଛି।

ସୂଚନାନୁସାରେ, ଆଜି ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ଆମପାଣି ଘାଟିର କୁସୁମଜୋର ବୁଲାଣି ନିକଟରେ ନବରଙ୍ଗପୁର ପଟକୁ ଯାଉଥିବା ଟ୍ରକ୍‌ ନମ୍ବର ସିଜି ୦୪ ଏମ ଏନ ୩୮୯୨ ବିପରୀତ ଦିଗରୁ ଆସୁଥିବା ବାଇକକୁ ମୁହାଁମୁହିଁ ଧକ୍କା ଦେବା ଫଳରେ ଯୁବକ ଗୁରୁତର ହେବାରୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁବକଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରାଯାଇଥିଲା। କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଡାକ୍ତର ଭବାନୀପାଟଣା ଡାକ୍ତରଖାନା ସ୍ଥାନାନ୍ତର କରିଥିଲେ। ହେଲେ ଭବାନୀପାଟଣା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ମୃତ ଯୁବକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁର ଫୁଲସିଙ୍ଗ ପୁଝାରି(୫୨)। ସେ କୌଣସି କାମରେ ବିରିମୁହାଣ ଗାଁରୁ ନିଜ ଗାଁ କନ୍ଦାଗଡ଼କୁ ଫେରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ଖବର ପାଇ ଆମପାଣି ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକ ସଦଲବଳେ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ଓ ବାଇକକୁ ଜବତ କରି ତଦନ୍ତ ଜାରି ରଖିଥିବା ବେଳେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଥିବା ଧର୍ମଗଡ଼ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।
ମୃତଦେହ ଭବାନୀପାଟଣାରେ ବ୍ୟବଚ୍ଛେଦ ପରେ ଗାଁରେ ପହଞ୍ଚିବା ପୂର୍ବରୁ ପରିବାର ଓ ଗ୍ରାମବାସୀ ଆମପାଣି ଥାନା ସମ୍ମୁଖରେ କ୍ଷତିପୂରଣ ଦାବି କରିଥିଲେ। ଖବର ପାଇ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ଯୁବ ସମାଜସେବୀ ସଞ୍ଜୟ ସିଙ୍ଘଲ, ଆମପାଣି ନାଏବ ସରପଞ୍ଚ ଭବାନୀ ଶଙ୍କର ପୁରୋହିତ, ଜିତେନ୍ଦ୍ର ପଣ୍ଡା, ମନୋରଞ୍ଜନ ବାଣୁଆ, ଟ୍ରକ୍‌ ମାଲିକଙ୍କ ସହ ଆଲୋଚନା କରି କ୍ଷତିପୂରଣ ବାବଦରେ ୧ ଲକ୍ଷ ଟଙ୍କା ମୃତକଙ୍କ ପରିବାର ବର୍ଗଙ୍କୁ ଦେଇଥିଲେ। ପରେ ମୃତଦେହ ଗାଁକୁ ନେଇଥିବା ଜଣାପଡ଼ିଛି। ଆମପାଣି ପୋଲିସ ଏନେଇ ଦୁର୍ଘଟଣା ଜନିତ ମାମଲା ଥାନା କେସ୍‌ ନମ୍ବର ୨୫/୨୩ ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଏସ୍‌ଆଇ ରାଜେଶ ପରିଡ଼ା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?