୧ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପରେ ମୃତଦେହ ଗାଁକୁ ନେଲେ ପରିବାର ଲୋକେ

କୋକସରା,୨୫ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ଶନିବାର ଟ୍ରକ୍‌ ଧକ୍କାରେ ଗୁରୁତର ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାରେ ମୃତ୍ୟୁ ଘଟିଛି।

ସୂଚନାନୁସାରେ, ଆଜି ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ଆମପାଣି ଘାଟିର କୁସୁମଜୋର ବୁଲାଣି ନିକଟରେ ନବରଙ୍ଗପୁର ପଟକୁ ଯାଉଥିବା ଟ୍ରକ୍‌ ନମ୍ବର ସିଜି ୦୪ ଏମ ଏନ ୩୮୯୨ ବିପରୀତ ଦିଗରୁ ଆସୁଥିବା ବାଇକକୁ ମୁହାଁମୁହିଁ ଧକ୍କା ଦେବା ଫଳରେ ଯୁବକ ଗୁରୁତର ହେବାରୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଯୁବକଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରାଯାଇଥିଲା। କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଡାକ୍ତର ଭବାନୀପାଟଣା ଡାକ୍ତରଖାନା ସ୍ଥାନାନ୍ତର କରିଥିଲେ। ହେଲେ ଭବାନୀପାଟଣା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ମୃତ ଯୁବକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁର ଫୁଲସିଙ୍ଗ ପୁଝାରି(୫୨)। ସେ କୌଣସି କାମରେ ବିରିମୁହାଣ ଗାଁରୁ ନିଜ ଗାଁ କନ୍ଦାଗଡ଼କୁ ଫେରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ଖବର ପାଇ ଆମପାଣି ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକ ସଦଲବଳେ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ଓ ବାଇକକୁ ଜବତ କରି ତଦନ୍ତ ଜାରି ରଖିଥିବା ବେଳେ ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଥିବା ଧର୍ମଗଡ଼ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।
ମୃତଦେହ ଭବାନୀପାଟଣାରେ ବ୍ୟବଚ୍ଛେଦ ପରେ ଗାଁରେ ପହଞ୍ଚିବା ପୂର୍ବରୁ ପରିବାର ଓ ଗ୍ରାମବାସୀ ଆମପାଣି ଥାନା ସମ୍ମୁଖରେ କ୍ଷତିପୂରଣ ଦାବି କରିଥିଲେ। ଖବର ପାଇ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ଯୁବ ସମାଜସେବୀ ସଞ୍ଜୟ ସିଙ୍ଘଲ, ଆମପାଣି ନାଏବ ସରପଞ୍ଚ ଭବାନୀ ଶଙ୍କର ପୁରୋହିତ, ଜିତେନ୍ଦ୍ର ପଣ୍ଡା, ମନୋରଞ୍ଜନ ବାଣୁଆ, ଟ୍ରକ୍‌ ମାଲିକଙ୍କ ସହ ଆଲୋଚନା କରି କ୍ଷତିପୂରଣ ବାବଦରେ ୧ ଲକ୍ଷ ଟଙ୍କା ମୃତକଙ୍କ ପରିବାର ବର୍ଗଙ୍କୁ ଦେଇଥିଲେ। ପରେ ମୃତଦେହ ଗାଁକୁ ନେଇଥିବା ଜଣାପଡ଼ିଛି। ଆମପାଣି ପୋଲିସ ଏନେଇ ଦୁର୍ଘଟଣା ଜନିତ ମାମଲା ଥାନା କେସ୍‌ ନମ୍ବର ୨୫/୨୩ ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଏସ୍‌ଆଇ ରାଜେଶ ପରିଡ଼ା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri