ମାସେ ହେବ ପରିବାର ଗୃହବନ୍ଦୀ

ଆଳି,୪।୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ତରିପାଟଣା ଗ୍ରାମର କେତେଜଣ ବ୍ୟକ୍ତି କଙ୍ଗାରୁ କୋର୍ଟ କରି ବାବୁଲି ସାହୁଙ୍କ ପରିବାର ଲୋକଙ୍କୁ ମାସେ ହେବ ଗୃହବନ୍ଦୀ ଅବସ୍ଥାରେ ରଖିଛନ୍ତି। ଏ ନେଇ ସେ ତହସିଲ ଓ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଆଜିଯାଏ ନ୍ୟାୟ ପାଉନାହାନ୍ତି ବୋଲି ସୋମବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସାହୁ ଅଭିଯୋଗ କରିଛନ୍ତି। ସାହୁ କରିଥିବା ଅଭିଯୋଗ ଅନୁଯାୟୀ, ତାଙ୍କ ପରିବାର ଲୋକ କଅଁରପୁର ମୌଜାର ଖାତା ନଂ. ୩୩୧, ପ୍ଲଟ ନଂ. ୧୬୭୧ରେ ୭୦ ବର୍ଷ ହେବ ବସବାସ କରି ଆସୁଛନ୍ତି। ତାଙ୍କ ଘର ସାମ୍ନା ୧୬୭୦ ନମ୍ବର ପ୍ଲଟରେ ରୋହିନୀ ଠାକୁରାଣୀଙ୍କ ମନ୍ଦିର ରହିଛି। ଏହି ଠାକୁରାଣୀ ମନ୍ଦିର ପରିସର ରାସ୍ତାରେ ସେମାନେ ଦୀର୍ଘବର୍ଷ ହେବ ଯାତାୟାତ କରି ଆସୁଥିଲେ। ଗ୍ରାମର କେତେଜଣ ମନ୍ଦିର ପାଚେରି ନିର୍ମାଣ କରିବା ପରେ ତାଙ୍କ ଯାତାୟାତ ଲାଗି ଏକ ଛୋଟ ରାସ୍ତା ରଖିଥିଲେ, ଯେଉଁ ରାସ୍ତାରେ ତାଙ୍କ ପରିବାର ଲୋକ ଯାତାୟାତ କରୁଥିଲେ। କିନ୍ତୁ ୩ା୧୨ା୨୦୨୧ରେ ଗ୍ରାମର କେତେଜଣ ବ୍ୟକ୍ତି ତାଙ୍କ ଉପରେ ଆକ୍ରୋଶମୂଳକ ମନଭାବ ରଖି ତାଙ୍କ ନିମନ୍ତେ ଥିବା ଛୋଟିଆ ବାଟକୁ ବନ୍ଦ କରି ଦେଇଛନ୍ତି। ଏ ନେଇ ସେ ସେମାନଙ୍କୁ ବାରଣ କରିବାରୁ ତାଙ୍କୁ ମାଡ଼ ମରାଯାଇଥିବା ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଯାତାୟାତ ରାସ୍ତା ବନ୍ଦ ଯୋଗୁ ପରିବାର ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପରିବାର ଲୋକଙ୍କ ସମେତ ଗୋରୁ ମଧ୍ୟ ଗୁହାଳେ ବନ୍ଧା ହୋଇ ରହିଛନ୍ତି। ସେମାନଙ୍କୁ ମୁଖ୍ୟ ରାସ୍ତାକୁ ଯିବାକୁ ହେଲେ ଘର ପଛ ପଟ ବିଲ ବାଟେ ଯିବାକୁ ପଡୁଛି। ମୁଖ୍ୟ ରାସ୍ତା ନ ଥିବାରୁ ସେମାନେ ବହୁ ହଇରାଣ ହେଉଛନ୍ତି। ତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବାକୁ ସେ ଦାବି କରିଛନ୍ତି। ଏ ନେଇ ଆଳି ତହସିଲଦାର ତପନ କୁମାର ସେନାପତିଙ୍କୁ ପଚାରିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ। ଏ ସଂକ୍ରାନ୍ତରେ ଆଳି ଆଇଆଇସି ସଲିଳ କୁମାର ପ୍ରଧାନଙ୍କୁ ପଚାରିବାରେ ଜମିଜମାକୁ ନେଇ ବିବାଦ ହୋଇଥିବାରୁ ତହସିଲଦାରଙ୍କ ପାଖକୁ ଯିବାକୁ ବାବୁଲି ସାହୁଙ୍କୁ କୁହାଯାଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri