ରାସ୍ତା କଡ଼ରେ ଛୋଲେ-କୁଲ୍‌ଚା ବିକିଲେ ଏହି ପ୍ରସିଦ୍ଧ ଅଭିନେତା

ଛୋଟ ପରଦା ହେଉ ଅବା ବଡ ପରଦା ଜବରଦସ୍ତ ଅଭିନୟରେ ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରସିଦ୍ଧ ହାସ୍ୟ ଅଭିନେତା ସୁନୀଲ ଗ୍ରୋଭରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଛୋଲେ ଏବଂ କୁଲ୍‌ଚା ବିକୁଥିବା ନଜର ଆସିଛନ୍ତି। ଭାଲେଣ୍ଟାଇନ୍ସ ଡେ ଅବସରରେ ସୁନୀଲ ଗ୍ରୋଭର ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଥିଲେ। ଏହି ଭିଡିଓ ଶେୟାର କରି ସୁନୀଲ ପୋଷ୍ଟରେ ଲେଖିଛନ୍ତି, ‘ଦୟାକରି ଭାଲେଣ୍ଟାଇନ୍ସ ଡେ’ରେ ତୁମର ପ୍ରେମୀଙ୍କୁ ଛୋଲେ-କୁଲଚେ ଖାଇବାକୁ ଦିଅ। ୨ ଘଣ୍ଟା ପୂର୍ବରୁ ଶେୟାର ହୋଇଥିବା ଏହି ଭିଡିଓକୁ ଏବେ ସୁଦ୍ଧା ୪ ଲକ୍ଷରୁ ଅଧିକ ଲୋକ ଇନଷ୍ଟାଗ୍ରାମରେ ଦେଖିଛନ୍ତି। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଲୋକମାନେ ସୁନୀଲ ଗ୍ରୋଭରଙ୍କୁ ପ୍ରଶଂସା କରୁଛନ୍ତ। କେବଳ ଏତିକି ନୁହେଁ, ସୁନୀଲଙ୍କ ଏହି ଭିଡିଓ ଦେଖି ଲୋକମାନେ ବିସ୍ମିତ ହୋଇପଡିଛନ୍ତି। ଆଜିକାଲି ସୁନୀଲ ଗ୍ରୋଭର ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ୱେବ ସିରିଜ୍‌ ‘ତାଣ୍ଡବ’ରେ ନଜର ଆସିଛନ୍ତି। ଏହି ସିରିଜ୍‌ରେ ସୁନୀଲ ପ୍ରଥମ ଥର ପାଇଁ କମେଡି ଧାରାଠାରୁ ଦୂରେଇ ଏକ ଗମ୍ଭୀର ଭୂମିକାରେ ନଜର ଆସିଛନ୍ତି।

 

View this post on Instagram

 

A post shared by Sunil Grover (@whosunilgrover)


Enter your email to get our daily news in your inbox.

All Right Reserved By Dharitri.Com

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri