ବିବାହ ପୂର୍ବରୁ ମା’ ହୋଇଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କୋଙ୍କଣା ସେନ ଶର୍ମା ଆଜି ତାଙ୍କର ୪୧ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନୟ ଜରିଆରେ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା କୋଙ୍କଣା ସେନ ଶର୍ମା କେବଳ ବୃତ୍ତିଗତ ନୁହେଁ, ବ୍ୟକ୍ତିଗତ ଜୀବନରେ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥା’ନ୍ତି। ଜାତୀୟ ପୁରସ୍କାର ଜିତିଥିବା କୋଙ୍କଣା ସେନ ଶର୍ମା ପିଲାଦିନରୁ ଅଭିନୟ ଆରମ୍ଭ କରିଥିଲେ। ତାଙ୍କ ପିତା ପ୍ରସିଦ୍ଧ ସାମ୍ବାଦିକ ମୁକୁଲ ଶର୍ମା ଏବଂ ମା’ ନିର୍ଦ୍ଦେଶକ ତଥା ଅଭିନେତା ଅପର୍ନା ସେନ। କୋଙ୍କଣା ସେନ ଶର୍ମା ଶିଶୁ କଳାକାର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ସେ ୧୯୮୩ ମସିହାରେ ବଙ୍ଗଳା ଚଳଚ୍ଚିତ୍ର ଇନ୍ଦିରା ସହିତ କ୍ୟାରିୟର ଆରମ୍ଭ କରିଥିଲେ। ବଡ ହେବା ପରେ ବଙ୍ଗଳା ଚଳଚ୍ଚିତ୍ର ଏକ ଜେ ଆଛେ କନ୍ୟା ସହିତ ଫିଲ୍ମ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ ତାଙ୍କ ଅଭିନୟକୁ ଉଚ୍ଚ ପ୍ରଶଂସା କରାଯାଇଥିଲା। ୨୦୦୨ରେ, କୋଙ୍କଣା ରୁତୁପୁର୍ଣ୍ଣା ଘୋଷଙ୍କ ଫିଲ୍ମ ‘ତିତ୍‌ଲି’ରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିଲେ। କୋଙ୍କଣା ଅଭିନେତା ରଣବୀର ସୋରେଙ୍କୁ ଫିଲ୍ମ ‘ଆଜା ନାଚ ଲେ’ର ସେଟରେ ଭେଟିଥିଲେ। ପରେ ଉଭୟ ପ୍ରେମରେ ପଡିଥିଲେ ଏବଂ ସେମାନଙ୍କ ସମ୍ପର୍କ ବିଷୟରେ ଆଲୋଚନା ଆରମ୍ଭ ହୋଇଥିଲା। କୋଙ୍କଣା ବିବାହ ପୂର୍ବରୁ ଗର୍ଭବତୀ ହୋଇଥିଲେ। ଯାହା ପରେ ଦୁହେଁ ବିବାହ କରିବାକୁ ସ୍ଥିର କଲେ ଏବଂ ୨୦୧୦ରେ ସେମାନେ ଶୀଘ୍ର ବିବାହ କଲେ। କିଛି ମାସ ପରେ କୋଙ୍କଣା ପୁଅ ହାରୁନଙ୍କୁ ଜନ୍ମ ଦେଇଥିଲେ। ତେବେ କୋଙ୍କଣା ଏବଂ ରଣବୀରଙ୍କ ବିବାହ ବେଶୀ ଦିନ ତିଷ୍ଠି ରହିଲା ନାହିଁ। ଉଭୟ ୨୦୧୫ରେ ଅଲଗା ହେବାକୁ ସ୍ଥିର କଲେ। ଉଭୟ ସୋସିଆଲ ମିଡିଆରେ ଅଲଗା ହେବାର ଖବର ମଧ୍ୟ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri