ଅଭିନେତାଙ୍କଠାରୁ ଅଧିକ ଫି’ ନେଉଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଏକ ସମୟ ଥିଲା ଯେତେବେଳେ ଶ୍ରୀଦେବୀ ବଲିଉଡରେ ରାଜ୍‌ କରୁଥିଲେ। ଆଜି ସେ ହୁଏତ ଆମ ସହିତ ନାହାନ୍ତି, କିନ୍ତୁ ଯେତେବେଳେ ବି ତାଙ୍କର ଗୋଟିଏ ଚଳଚ୍ଚିତ୍ର ଟେଲିଭିଜନରେ ପ୍ରସାରିତ ହୁଏ, ସମସ୍ତ ପୁରୁଣା ସ୍ମୃତି ଲୋକଙ୍କ ମନରେ ସତେଜ ହୋଇଯାଏ। ୧୩ ଅଗଷ୍ଟ ୧୯୬୩ ରେ ଜନ୍ମ ହୋଇଥିବା ଶ୍ରୀଦେବୀ ବଲିଉଡରେ ଅନେକ ସୁପରହିଟ ଚଳଚ୍ଚିତ୍ର ଦେଇଥିଲେ। କିନ୍ତୁ ୨୪ ଫେବୃଆରୀ, ୨୦୧୮ରେ ଶ୍ରୀଦେବୀଙ୍କ ହଠାତ୍‌ ଦେହାନ୍ତ ହେବା ଖବର ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଦେଇଥିଲା। ଶ୍ରୀଦେବୀ ତାଙ୍କ ଚଳଚ୍ଚିତ୍ର କ୍ୟାରିୟରରେ ୩୦୦ରୁ ଅଧିକ ଚଳଚ୍ଚିତ୍ର କରିଥିଲେ। ହିନ୍ଦୀ ସହିତ ସେ ସାଉଥ ସିନେମାର ଚଳଚ୍ଚିତ୍ରରେ ମଧ୍ୟ ବହୁତ କାମ କରିଥିଲେ।
ଶ୍ରୀଦେବୀ ଅନେକ ହିଟ୍‌ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ସେ ଚାନ୍ଦନୀ ଠାରୁ ଆରମ୍ଭ କରି ଚାଲବାଜ ଏବଂ ନାଗିନ ପରି ଅନେକ ସୁପରହିଟ ଚଳଚ୍ଚିତ୍ରରେ ନିଜ ଛାପ ଛାଡିଥିଲେ। ତାଙ୍କୁ ସେ ସମୟର ଲେଡି ଅମିତାଭ ବଚ୍ଚନ କୁହାଯାଉଥିଲ। ଶ୍ରୀଦେବୀ ବଲିଉଡର ପ୍ରଥମ ମହିଳା ସୁପରଷ୍ଟାର ଥିଲେ। ୮୦ ଦଶକରେ ଶ୍ରୀଦେବୀ ହିଁ ଏକମାତ୍ର ଅଭିନେତ୍ରୀ ଥିଲେ ଯିଏ ଯାହାଙ୍କ ନାଁ ଶୁଶି ଦର୍ଶକମାନେ ପ୍ରେକ୍ଷାଳୟକୁ ଯାଉଥିଲେ। ଏହି କାରଣରୁ ଶ୍ରୀଦେବୀ ଅଭିନେତାଙ୍କଠାରୁ ଅଧିକ ଚାର୍ଜ କରୁଥିଲେ। ନଗିନା ଫିଲ୍ମ ପାଇଁ ସେ ରିଷି କପୁରଙ୍କଠାରୁ ଅଧିକ ଚାର୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri