ଏହି ପ୍ରସିଦ୍ଧ ଅଭିନେତ୍ରୀ ଏଡ୍‌ସରେ ପୀଡ଼ିତା ହୋଇ ପଡ଼ିଥିଲେ ଦରଘା ବାହାରେ, ଶରୀରରେ ସାଲୁବାଲୁ ହେଉଥିଲେ ପୋକ…

ମୁମ୍ବାଇ,୨୨।୫: ଫିଲ୍ମ ଦୁନିଆରେ କେତେକ ଅଭିନେତା ଅଭିନେତ୍ରୀଙ୍କ କ୍ୟାରିଅର ଭଲ ଥିଲେ ମଧ୍ୟ ସେମାନଙ୍କ ଜୀବନ ବହୁ ଘାତ ପ୍ରତିଘାତ ଦେଇ ଗତି କରିଛି। ଶେଷରେ ସେମାନଙ୍କର ମୃତ୍ୟୁ ଅତି ଦୁଃଖଦ ହୋଇଛି। ସେଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ଦକ୍ଷିଣ ଫିଲ୍ମର ସୁପରଷ୍ଟାର ସୁନ୍ଦରୀ ନିଶା ନୁର୍‌। ୧୯୮୦ ଦଶକରେ ସେ ବେଶ୍‌ ଲୋକପ୍ରିୟ ଅଭିନେତ୍ରୀ ଥିଲେ। କମଲ ହାସନଙ୍କ ଭଳି ବହୁ ଖ୍ୟାତି ସମ୍ପନ୍ନ ଷ୍ଟାରଙ୍କ ସହିତ ନିଶା ଅଭିନୟ କରିଥିଲେ। ପରେ ଧୀରେଧୀରେ ତାଙ୍କୁ ଫିଲ୍ମ ମିଳିବା ବନ୍ଦ ହୋଇଯାଇଥିଲା। ଏହାପରେ ତାଙ୍କର ଦେଖା ନ ଥିଲା। କେହିଜଣେ ତାଙ୍କୁ ବୈଶ୍ୟାବୃତ୍ତିରେ ଲଗାଇ ଦେଇଥିବା ମଧ୍ୟ ଚର୍ଚ୍ଚା ହୋଇଥିଲା। ୨୦୦୭ରେ ନିଶା ଏକ ଦରଘା ଆଗରେ ରୋଗଗ୍ରସ୍ତ ହୋଇପଡ଼ି ରହିଥିଲେ। ତାଙ୍କ ଶରୀରରେ ପୋକ ସାଲୁବାଲୁ ହେଉଥିଲେ। ତାଙ୍କୁ ଚିହ୍ନିବା କଷ୍ଟକର ହେଉଥିଲା। କିଛି ଲୋକ ତାଙ୍କୁ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରିଥିଲେ। ପରୀକ୍ଷାରୁ ଜଣାପଡ଼ିଥିଲା ନିଶାଙ୍କୁ ଏଡ୍‌ସ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଶେଷରେ ଅତି ଦୁଃଖଦ ପରିସ୍ଥିତିରେ ନିଶାଙ୍କର ମୃତ୍ୟୁ ଘଟିଥିଲା। ୧୯୬୨ ସେପ୍ଟେମ୍ବର ୧୮ରେ ନିଶା ତାମିଲନାଡୁର ତାମ୍ବାରାମଠାରେ ଜନ୍ମ ଗ୍ରହଣ କରିଥିଲେ। ରୋଗଗ୍ରସ୍ତ ହୋଇ ୨୦୦୭ ଏପ୍ରିଲ୍‌ ୨୩ରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?