Posted inଖେଳ

ବ୍ୟାଟିଂରେ ଐତିହାସିକ ରେକର୍ଡ ହାସଲ କଲେ ଏହି ପ୍ରସିଦ୍ଧ ବୋଲର୍‌

ଆଡିଲେଡ,୧୯।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଆଶେସ ଟେଷ୍ଟ ମ୍ୟାଚ ରେ ଅଷ୍ଟ୍ରେଲିଆ ମଜଭୁତ ସ୍ଥିତିରେ ରହିଛି। ଅଷ୍ଟ୍ରେଲିଆ ୯ ରନ ପାଇଁ ୪୭୩ ରେ ପ୍ରଥମ ଇନିଂସ ଘୋଷଣା କରିଥିଲା, ଏହାର ଜବାବରେ ଇଂଲଣ୍ଡର ପ୍ରଥମ ଇନିଂସ ୨୩୬ ରନରେ ଅଲଆଉଟ୍‌ ହୋଇଯାଇଥିଲା। ତୃତୀୟ ଦିନର ଖେଳ ଶେଷ ହେବା ପରେ ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସରେ ୧ ଉଇକେଟ ହରାଇ ୪୫ ରନ ସଂଗ୍ରହ କରିଥିଲା। ତାଙ୍କ ଅଗ୍ରଣୀ ୨୮୨ ରନରେ ପହଞ୍ଚିଛି । ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ତାଙ୍କ ନାମରେ ଏକ ରେକର୍ଡ ସୃଷ୍ଟି କରିଛନ୍ତି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ସେ ଏହି ରେକର୍ଡକୁ ବଲ ନୁହେଁ, ବରଂ ବ୍ୟାଟ ସହିତ କରିଥିଲେ।
ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଖେଳାଳି ଭାବେ ଆଣ୍ଡରସନ ୧୦୦ଥର ନଟ୍‌ଆଉଟ୍‌ରେ ପ୍ୟାଭିଲିୟନକୁ ଫେରିଛନ୍ତି। ଆଣ୍ଡରସନ ତାଙ୍କର ୧୬୭ତମ ମ୍ୟାଚ ଖେଳୁଛନ୍ତି। ସେ ଏପରି ଏକ ରେକର୍ଡ କରିଛନ୍ତି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ ଅଟେ। ପ୍ରଥମ ଇନିଂସରେ ୧୩ ଟି ବଲରେ ଆଣ୍ଡରସନ ୫ ରନରେ ଅପରାଜିତ ରହିଥିଲେ। ଏହି ମାମଲାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି କର୍ଟନି ୱାଲଶ। ଟେଷ୍ଟ କ୍ୟାରିୟରରେ ୬୧ଥର ନଟଆଉଟ୍‌ ରହିଥିଲେ। ମୁରଲୀଧରନ ୫୬ଥର ନଟଆଉଟ ରହିଥିଲେ। ଏହି ସମୟରେ, ବବ ୱିଲ୍ସ ୫୫ଥର ଅପରାଜିତ ରହିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri