Posted inଖେଳ

ସାଥୀ ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ସେହ୍ବାଗ ନେଲେ ମଜା

ଗଲ,୧୮।୧: ଶ୍ରୀଲଙ୍କା ଏବଂ ଇଂଲଣ୍ଡ ମଧ୍ୟରେ ଗଲରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ଚତୁର୍ଥ ଦିନରେ ଏକ ମଜାଦାର ଘଟଣା ଘଟିଥିଲା। ଚତୁର୍ଥ ଦିନରେ ଲାହିରୁ ଥିରିମାନଙ୍କ ଶତକ ଯୋଗୁ ଶ୍ରୀଲଙ୍କା ଦ୍ୱିତୀୟ ଇନିଂସରେ ୩୫୯ ରନ ସଂଗ୍ରହ କରିଥିଲା ଏବଂ ଇଂଲଣ୍ଡ ସମ୍ମୁଖରେ ୭୪ ରନ କରିବାକୁ ଲକ୍ଷ୍ୟ ରଖିଥିଲେ। ଇଂଲଣ୍ଡ ଏକ ଛୋଟ ଟାର୍ଗେଟକୁ ଆରମ୍ଭ କରି ବହୁତ ଖରାପ ଆରମ୍ଭ କରିଥିଲା। ପ୍ରଥମ ଓଭରରେ ଓପନର୍‌ ଡୋମ ସିବିଲି ଉଇକେଟ ହରାଇଥିଲେ ଏବଂ ସେହି ଓଭରରେ ଦ୍ୱିତୀୟ ଓପନର୍‌ ଜ୍ୟାକ କ୍ରାଉଲି (୦୮) ମଧ୍ୟ ପ୍ୟାଭିଲିୟନକୁ ଫେରିଥିଲେ। ଲାସିଥ ଆମ୍ବୁଲଡେନିଆ ଉଭୟ ଉଇକେଟ ନେଇଥିଲେ। ଏଥି ସହିତ ପ୍ରଥମ ଇନିଂସରେ ଦ୍ୱିଶତକ ହାସଲ କରିଥିବା ଅଧିନାୟକ ଜୋ ରୁଟ ଆଉଟ ହୋଇଥିଲେ। ଇଂଲଣ୍ଡର ଏହି ଅବସ୍ଥା ଦେଖି ଶ୍ରୀଲଙ୍କା ଖେଳାଳିମାନେ ଅତ୍ୟଧିକ ଆନନ୍ଦିତ ହେଉ ଥିଲେ। ଏହି ସମୟରେ ଶ୍ରୀଲଙ୍କାର ଉକେଟ କିପର ନିରୋଶନ ଡିକୱେଲା ତାଙ୍କ ସାଥୀ ଖେଳାଳିଙ୍କ ସହ ହାତ ମିଳାଇବାକୁ ପହଞ୍ଚିଥିଲେ। ହାତ ମିଳାଇବା ପରିବର୍ତ୍ତେ ଡିକୱେଲା ଶ୍ରୀଲଙ୍କା ଖେଳାଳିଙ୍କୁ ଏକ ଚାପୁଡ଼ା ଦେଇଥିଲେ। ଭାରତର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ୍‌ଇନଷ୍ଟାଗ୍ରାମରେ ଏହି ଘଟଣାର ଭିଡିଓ ଶେୟାର କରି ଆପଣ କାହାକୁ ଏହିପରି ଦେବାକୁ ଚାହୁଁଛନ୍ତି? ବୋଲି ପଚାରିଥିଲେ।

 

View this post on Instagram

 

A post shared by Virender Sehwag (@virendersehwag)


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri