୨୮ରୁ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା

ଢେଙ୍କାନାଳ,୫ା୧୦(ରତନ ନାୟାର)ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ନଭେମ୍ବର ୮ ରେ ଏହି ପୂଜା ଉତ୍ସବର ଭସାଣି ପର୍ବ ଅନୁଷ୍ଠିତ ହେବ। ଏ ନେଇ ଜିଲା ପ୍ରଶାସନର ଆବାହକତ୍ୱରେ ମିଳିତବଜାର ପୂଜା କମିଟି ଏବଂ ସମସ୍ତ ପୂଜା ପ୍ରତିଷ୍ଠାନ କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ବୁଧବାର ପୁରୁଣା ଜିଲା ପରିଷଦ ହଲଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ କହିଲେ ଯେ, ପ୍ରସିଦ୍ଧ ଲକ୍ଷ୍ମୀପୂଜା ଢେଙ୍କାନାଳର ଗଣପର୍ବ। ଐତିହ୍ୟ, ସଂସ୍କୃତି ଓ ପରମ୍ପରା ବହନ କରୁଥିବା ଏହି ଲକ୍ଷ୍ମୀପୂଜା ଉତ୍ସବକୁ ଅଧିକ ସୁନ୍ଦର କରି ଶାନ୍ତି, ଶୃଙ୍ଖଳା ଓ ଭାଇଚାରା ମଧ୍ୟରେ ପାଳନ କରିବା ପାଇଁ ସେ ସମସ୍ତଙ୍କୁ ନିବେଦନ କରିଥିଲେ। ଏଥିସହିତ ମହିଷାପାଟଠାରେ ହେବାକୁ ଥିବା ପଲ୍ଲିଶ୍ରୀ ମେଳାକୁ ମଧ୍ୟ ସରସ ସୁନ୍ଦର କରିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ବୈଠକରେ ଯୋଗଦେଇ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ଓ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ ବୋଲି କହିଥିଲେ। ମିଳିତବଜାର ପୂଜା କମିଟି ସଭାପତି ଜ୍ଞାନେନ୍ଦ୍ର ବେହେରା ଢେଙ୍କାନାଳର ଏହି ଗଣପର୍ବକୁ ସଫଳତାର ସହ ଆୟୋଜନ କରିବା ପାଇଁ ଜିଲା ପ୍ରଶାସନ ପୂର୍ଣ୍ଣ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଓ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର ପ୍ରମୁଖ ପୂଜା ପରିଚାଳନା ପ୍ରଶାସନର ଯେତିକି ଦାୟିତ୍ୱ, ଆମ ସମସ୍ତଙ୍କର ସେତିକି ଦାୟିତ୍ୱ ବୋଲି କହିଥିଲେ। ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଲକ୍ଷ୍ମୀପୂଜା ସହିତ ପଲ୍ଲିଶ୍ରୀ ମେଳାକୁ ସରସ ସୁନ୍ଦର କରି ଆୟୋଜନ କରିବା ଉପରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପୌର ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ରାଉତ, ଡେପୁଟି କଲେକ୍ଟର ଲକ୍ଷ୍ମୀଧର ରାଉତ, ପୂଜା ପ୍ରତିଷ୍ଠାନ ପକ୍ଷରୁ ବିଶ୍ୱନାଥ ବେହେରା, ରବି ନାରାୟଣ ମହାନ୍ତି, ଗୋପାଳଚନ୍ଦ୍ର ପାତ୍ର, ସୁରେନ୍ଦ୍ର ମିଶ୍ର, ନବୀନଚନ୍ଦ୍ର ନାରାୟଣ ଦାସ, ରାମଚନ୍ଦ୍ର ପାତ୍ର, ସୁକାନ୍ତ କୁମାର ମିଶ୍ର, ପ୍ରଦ୍ୟୁମ୍ନ ରଥ, ହୃଦୟାନନ୍ଦ ମହାନ୍ତି, ଅମରେନ୍ଦ୍ର ଦାସ, ଅଥୟ କୁମାର ସାହୁ, ସାଗିର ମହମ୍ମଦ, ପୀତବାସ ସାହୁ, ଦୀପକ ପ୍ରସାଦ ପଟନାୟକ, ଗୋପାଳଚନ୍ଦ୍ର ସାହୁ, ସୁଧାଂଶୁ କୁମାର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ। ଉପଜିଲାପାଳ ନାରାୟଣଚନ୍ଦ୍ର ନାୟକ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଅବନୀ ମିଶ୍ର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri