ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ ଅଫିସ,୨ା୨: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୪ ତାରିଖରୁ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ମେଳା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳ ସମେତ ବାହାର ରାଜ୍ୟରୁ ମହିମା ସାଧୁସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି। କୋଭିଡ୍‌ କଟକଣା ହଟିଯାଇଥିବାରୁ ଚଳିତବର୍ଷ ମାଘ ମେଳାରେ ବ୍ୟାପକ ଜନସମାଗମ ହେବାର ସମ୍ଭାବନା ରହିଛି। ଏଥିପାଇଁ ଉଠା ଦୋକାନୀମାନେ ଯୋରନ୍ଦାରେ ପହଞ୍ଚି ନିଜ ନିଜର ପସରା ମେଲାଇବା ଆରମ୍ଭ କଲେଣି।

ଚଳିତବର୍ଷ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଧୁନିମନ୍ଦିର, ବତି ମନ୍ଦିର ଉଚ୍ଛେଦ ପରେ ବଳ୍କଳଧାରୀ ଓ କୌପୀନଧାରୀ ମହିମା ସନ୍ନ୍ୟାସୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଫଳରେ ମେଳା ଆୟୋଜନକୁ ନେଇ ଆଶଙ୍କା ମଧ୍ୟ ସୃଷ୍ଟି ହୋଇଥିଲା। ଜିଲା ପ୍ରଶାସନ, ପୋଲିସ, ଦୁଇ ଗୋଷ୍ଠୀର ମହିମା ସନ୍ନ୍ୟାସୀ, ସ୍ଥାନୀୟ ପଞ୍ଚାୟତ ପ୍ରତିନିଧି, ଅଞ୍ଚଳବାସୀ ବହୁବାର ଏକାଠି ବସି ଆଲୋଚନା କରିବା ପରେ ଚଳିତବର୍ଷ ମାଘ ମେଳାକୁ ଶାନ୍ତିଶୃଙ୍ଖଳାର ସହ ପାଳିବା ପାଇଁ ଉଭୟ ଗୋଷ୍ଠୀ ମହିମା ସନ୍ନ୍ୟାସୀମାନେ ପ୍ରତିଶ୍ରୁତି ଦେଇଥିଲେ। ବିଶ୍ୱପ୍ରସିଦ୍ଧ ମାଘମେଳାକୁ ଆସୁଥିବା ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ପରମ୍ପରା ଓ ଭାଇଚାରା ମଧ୍ୟରେ ମେଳା ଆୟୋଜନ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀ ଉଭୟ ଗୋଷ୍ଠୀ ମହିମା ସନ୍ନ୍ୟାସୀଙ୍କୁ ନିବେଦନ କରିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମେଳା ପରିସରରେ ବ୍ୟାପକ ପୋଲିସ ମୁତୟନ କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ଟ୍ରାଫିକ ନିୟନ୍ତ୍ରଣ, ଯାନବାହନ ଚଳାଚଳ, ଯାତ୍ରୀଙ୍କଠାରୁ ଅଧିକ ଭଡ଼ା ଆଦାୟ ନ କରିବା, ପରିମଳ ବ୍ୟବସ୍ଥାକୁ ଗୁରୁତ୍ୱ, ପାନୀୟଜଳ ଯୋଗାଣ ଓ ଆଶୁ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଇଛି। ସେହିପରି ଆଲୋକୀକରଣ, ସାନିଟାଇଜେଶନ ଉପରେ ଧ୍ୟାନ ଦିଆଯାଇଛି। ଶ୍ରଦ୍ଧାଳୁମାନେ କିପରି ସୁବିଧାରେ ମେଳାକୁ ଉପଭୋଗ କରିପାରିବେ ସେଥିପାଇଁ ମଧ୍ୟ ବିହିତ ବ୍ୟବସ୍ଥା କରାଯାଉଛି। ବୁଧବାର କେତେଜଣ ବିଦେଶୀ ପର୍ଯ୍ୟଟକ ଯୋରନ୍ଦା ପୀଠ ବୁଲୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri