ସଜେଇ ହେଉଛି ମହିମାପୀଠ

ଢେଙ୍କାନାଳ ଅଫିସ,୨ା୨: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଆସନ୍ତା ୪ ତାରିଖରୁ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ମେଳା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳ ସମେତ ବାହାର ରାଜ୍ୟରୁ ମହିମା ସାଧୁସନ୍ନ୍ୟାସୀ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି। କୋଭିଡ୍‌ କଟକଣା ହଟିଯାଇଥିବାରୁ ଚଳିତବର୍ଷ ମାଘ ମେଳାରେ ବ୍ୟାପକ ଜନସମାଗମ ହେବାର ସମ୍ଭାବନା ରହିଛି। ଏଥିପାଇଁ ଉଠା ଦୋକାନୀମାନେ ଯୋରନ୍ଦାରେ ପହଞ୍ଚି ନିଜ ନିଜର ପସରା ମେଲାଇବା ଆରମ୍ଭ କଲେଣି।

ଚଳିତବର୍ଷ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଧୁନିମନ୍ଦିର, ବତି ମନ୍ଦିର ଉଚ୍ଛେଦ ପରେ ବଳ୍କଳଧାରୀ ଓ କୌପୀନଧାରୀ ମହିମା ସନ୍ନ୍ୟାସୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଫଳରେ ମେଳା ଆୟୋଜନକୁ ନେଇ ଆଶଙ୍କା ମଧ୍ୟ ସୃଷ୍ଟି ହୋଇଥିଲା। ଜିଲା ପ୍ରଶାସନ, ପୋଲିସ, ଦୁଇ ଗୋଷ୍ଠୀର ମହିମା ସନ୍ନ୍ୟାସୀ, ସ୍ଥାନୀୟ ପଞ୍ଚାୟତ ପ୍ରତିନିଧି, ଅଞ୍ଚଳବାସୀ ବହୁବାର ଏକାଠି ବସି ଆଲୋଚନା କରିବା ପରେ ଚଳିତବର୍ଷ ମାଘ ମେଳାକୁ ଶାନ୍ତିଶୃଙ୍ଖଳାର ସହ ପାଳିବା ପାଇଁ ଉଭୟ ଗୋଷ୍ଠୀ ମହିମା ସନ୍ନ୍ୟାସୀମାନେ ପ୍ରତିଶ୍ରୁତି ଦେଇଥିଲେ। ବିଶ୍ୱପ୍ରସିଦ୍ଧ ମାଘମେଳାକୁ ଆସୁଥିବା ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ପରମ୍ପରା ଓ ଭାଇଚାରା ମଧ୍ୟରେ ମେଳା ଆୟୋଜନ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀ ଉଭୟ ଗୋଷ୍ଠୀ ମହିମା ସନ୍ନ୍ୟାସୀଙ୍କୁ ନିବେଦନ କରିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମେଳା ପରିସରରେ ବ୍ୟାପକ ପୋଲିସ ମୁତୟନ କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ଟ୍ରାଫିକ ନିୟନ୍ତ୍ରଣ, ଯାନବାହନ ଚଳାଚଳ, ଯାତ୍ରୀଙ୍କଠାରୁ ଅଧିକ ଭଡ଼ା ଆଦାୟ ନ କରିବା, ପରିମଳ ବ୍ୟବସ୍ଥାକୁ ଗୁରୁତ୍ୱ, ପାନୀୟଜଳ ଯୋଗାଣ ଓ ଆଶୁ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଇଛି। ସେହିପରି ଆଲୋକୀକରଣ, ସାନିଟାଇଜେଶନ ଉପରେ ଧ୍ୟାନ ଦିଆଯାଇଛି। ଶ୍ରଦ୍ଧାଳୁମାନେ କିପରି ସୁବିଧାରେ ମେଳାକୁ ଉପଭୋଗ କରିପାରିବେ ସେଥିପାଇଁ ମଧ୍ୟ ବିହିତ ବ୍ୟବସ୍ଥା କରାଯାଉଛି। ବୁଧବାର କେତେଜଣ ବିଦେଶୀ ପର୍ଯ୍ୟଟକ ଯୋରନ୍ଦା ପୀଠ ବୁଲୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?