ଆଜିଠାରୁ ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୮ା୧(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ବୁଧବାର ଭୋର ସମୟରୁ ଆରମ୍ଭ ହେବ। ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାଘ ମାସ କୃଷ୍ଣପକ୍ଷ ଏକାଦଶୀ ତିଥିରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସଙ୍କ ବ୍ରହ୍ମଲୀନ ଦିବସ ଅବସରରେ ଏହି ମେଳା ଆରମ୍ଭ ହୋଇଥାଏ। ଚଳିତ ବର୍ଷ ୧୮୬ ତମ ଗୁମ୍ଫା ମେଳା ହେଉଥିବା ନେଇ ଓଳାଶୁଣୀ ଗୁମ୍ଫା ଉନ୍ନୟନ କମିଟି ପକ୍ଷରୁ ସୂଚନା ଦିଆଯାଇଛି। ସେଥିପାଇଁ ଓଳାଶୁଣୀ ପାହାଡ଼ ଶୀର୍ଷ ଦେଶରେ ଥିବା ମହାପୁରୁଷଙ୍କ ମହା ସମାଧି ମନ୍ଦିରରେ ସାଜସଜ୍ଜା ବ୍ୟାପକ ହୋଇଛି। ପାହାଡ଼ ପାଦଦେଶରେ ଅବସ୍ଥିତ ମେଳା ପଡିଆରେ ହଜାରହଜାର ଅସ୍ଥାୟୀ ଦୋକାନ ଖୋଲାଯାଇଛି। ପରମ୍ପରା ଅନୁଯାୟୀ ମେଳା ଆରମ୍ଭ ପୂର୍ବରୁ ଏଠାରେ କେଶ ଯାତ୍ରା ହୋଇଥାଏ। ସେଥିପାଇଁ ମଙ୍ଗଳବାର ସା ୭ଟାରେ ଏକ ବିମାନ ମଧ୍ୟରେ କେଶକୁ ରଖାଯାଇ ଅତାସ ବାଜି ଓ ଘଣ୍ଟ, ବାଜା ସହକାରେ ରୋଷଣି କରାଯାଇ କେଶକୁ ନିଆଯାଇଛି। ଲଳିତଗିରି ଗ୍ରାମର କଳ୍ପତରୁ ମହାରଣାଙ୍କ ବାସଭବନରେ ରହି ପୂଜା ପାଉଥିବା ଏହି କେଶ ଯାତ୍ରା ରାତ୍ରି ୧୧ଟାରେ ମହାପୁରୁଷଙ୍କ ସମାଧି ମନ୍ଦିରରେ ପହଞ୍ଚବା ପରେ ସମାଧି ପୀଠରେ ପୂଜାର୍ଚ୍ଚନା କରାଯାଇ ମନ୍ଦିରରେ ପତାକା ଲଗାଯିବ। ପରେ ମେଳା କାର୍ଯ୍ୟ ଆରମ୍ଭ ହେବ। ଦୀର୍ଘ ୧ କିଲୋମିଟର ଏହି ଯାତ୍ରାରେ ଲଲିତଗିରି ଓ ଶୁଖୁଆପଡା ଗ୍ରାମବାସୀ ସାମିଲ ହୋଇଥିଲେ। ଶୁଖୁଆପଡ଼ା ଗ୍ରାମବାସୀଙ୍କ ଦ୍ୱାରା ପ୍ରସ୍ତୁତ ମହାପୁରୁଷଙ୍କ ପ୍ରିୟଭୋଗ ପୋଡ଼ପିଠା ଭୋର ସମୟରେ ପ୍ରଥମେ ଲାଗି ହେବା ପରେ ଅନ୍ୟ ମାନସିକଧାରୀଙ୍କ ଭୋଗ ଲାଗି ହୋଇଥାଏ। ସେହିଭଳି ପ୍ରଥମେ ଶୁଖୁଆପଡ଼ା ଗ୍ରାମବାସୀ ମହାପ୍ରସାଦ ସେବନ କରିବା ପରେ ଅନ୍ୟମାନେ ମହା ପ୍ରସାଦ ପାଇ ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?