ଅସ୍ଥାୟୀ ମନ୍ଦିରରେ ବିଜେ କଲେ ପଞ୍ଚଠାକୁରାଣୀ

ପୁରୁଷୋତ୍ତମପୁର,୪।୫(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ବୁଧବାର ଆରମ୍ଭ ହୋଇଛି। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି। ସମସ୍ତ ଜନସାଧାରଣଙ୍କ ମଧ୍ୟରେ ଆନନ୍ଦର ଲହରୀ ଦେଖାଦେଇଛି। କରୋନା କଟକଣା ଯୋଗୁଁ ଦୀର୍ଘ ଚାରି ବର୍ଷ ପରେ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲ ସୁନ୍ଦରୀଙ୍କୁ ଏକତ୍ର ପାଖରେ ପାଇ ସହରବାସୀ ଆତ୍ମ ବିଭୋର ହୋଇ ପଡିଛନ୍ତି। ବଡବଜାର ଅସ୍ଥାୟୀ ମନ୍ଦିର ଠାର ରାତ୍ରରେ ବାଜବାଜଣାର ବିରାଟ ପଟୁଆରରେ ପରମ୍ପରା ଅନୁଯାୟୀ ଗୋପାଳ ସମ୍ପ୍ରଦାୟର ପାଞ୍ଚଜଣ ପୁରୁଷ ଫୁଲଚାଙ୍ଗୁଡି ଧରି ମା କନକା, କାଳୁଆ, ତାରାତାରିଣୀ, କାଳୀ ଙ୍କ ମୂଖ୍ୟ ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରି ଠାକୁରାଣୀ ଙ୍କୁ ଆବାହନ କରି ଆଣିଥିଲେ। ମାତ୍ର ଏକ ପୂର୍ବବିବାଦୀୟ ପରିସ୍ଥିତି ସହ ପ୍ରଶାସନିକ କଟକଣାରହିଥିବା କାରଣରୁ ମା’ ଫୁଲ ସୁନ୍ଦରୀଙ୍କୁ ମନ୍ଦିର ପରିବର୍ତ୍ତେ ଆସିକା-ହୁମ୍ମା ମୁଖ୍ୟ ରାସ୍ତାର କାଳୀ ମନ୍ଦିର ଛକ ନିକଟରେ ଥିବା ଏକ କଲଭର୍ଟ ଉପରୁ ଆମନ୍ତ୍ରଣ କରିଆଣିଥିଲେ। ଏହି ପଞ୍ଚ ଠାକୁରାଣୀଙ୍କୁ ସହର ପରିକ୍ରମା କରି ଆଣି ବିଳମ୍ବିତ ରାତ୍ରରେ ଅସ୍ଥାୟୀ ମନ୍ଦିରରେ ବିଜେ କରାଇ ପୂଜାର୍ଚ୍ଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri