୨୦ ତାରିଖ ସୁଦ୍ଧା ନିର୍ଦ୍ଧାରଣ ହେବ ଭଡ଼ା

ତାଳଚେର,୧୧।୧୦ (ମନୋଜ ନନ୍ଦ): ତାଳଚେରରେ କୋଇଲା ପରିବହନ ଓ ଟ୍ରକ୍‌ର ଉଚିତ ଭଡ଼ାକୁ ନେଇ ସ୍ଥାନୀୟ ଉପଜିଲାପାଳ ମନୋଜ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଏସ୍‌ଡିପିଓ ମାନସ ରଞ୍ଜନ ବାରିକ, ଟ୍ରକ ମାଲିକ ସଂଘ ସଭାପତି ଅରବିନ୍ଦ ଭୂତିଆ, ପରିବହନ ସଂଘ ସଭାପତି ନୟନ ରଞ୍ଜନ ସାହୁ ଓ ସମସ୍ତ ପ୍ଲାଣ୍ଟର ଅଧିକାରୀ ଯୋଗଦେଇ ଉପୁଜିଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।
ପ୍ରକାଶ ଯେ, କୋଇଲା ପରିବହନ କରି ଏଠିକାର ଟ୍ରକ୍‌ ମାଲିକମାନେ ଗୁଜରାଣ ମେଣ୍ଟାଉ ଥିବାବେଳେ ପ୍ରର୍ଯ୍ୟାପ୍ତ ଲୋଡିଂ ମିଳୁ ନ ଥିବା ଓ ଧାର୍ଯ୍ୟ ଭଡା ପାଉ ନ ଥିବା ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ଅଭିଯୋଗ କରାଯାଇଥିଲା। ୨୦୧୮ ମସିହାରେ ଲାଗୁ ହୋଇଥିବା ଭଡା ଆଜି ପର୍ଯ୍ୟନ୍ତ ଚାଲି ଆସୁଛି। ଏହା ଗାଡିମାଲିକଙ୍କ ପାଇଁ ଅସହ୍ୟ ହୋଇପଡ଼ିଲାଣି। ଏହାକୁ ବିରୋଧ କରି ଟ୍ରକ୍‌ ମାଲିକମାନେ ୯ ତାରିଖ ମଧ୍ୟରାତ୍ରିରୁ ଆନ୍ଦୋଳନ ଡାକରା ଦେଇଥିଲେ। ତେବେ ଜିଲା ପ୍ରଶାସନ ପକ୍ଷରୁ ଆନ୍ଦୋଳନ ନ କରିବା ପାଇଁ ଅନୁରୋଧ କରାଯିବା ସହ ଏ ନେଇ ବୈଠକ ଡକାଯାଇଥିଲା। ବୈଠକରେ ନିଷ୍ପତ୍ତି ଅନୁଯାୟୀ, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଟ୍ରକ୍‌ ମାଲିକ ସଂଘର ସଭାପତି ଓ ଅନ୍ୟ ୪ଜଣ, ପରିବହନ ସଂଘର ୨ଜଣ, ବିଭିନ୍ନ ପ୍ଲାଣ୍ଟ ପକ୍ଷରୁ ୩ଜଣ ଅଧିକାରୀଙ୍କୁ ନେଇ ୧୧ଜଣିଆ କମିଟି ଗଠନ କରାଯାଇଥିଲା। ଏହି କମିଟି ଆସନ୍ତା ୧୭/୧୮ତରିଖ ମଧ୍ୟରେ ଆଲୋଚନା କରି ଆଗାମୀ ୨୦ ତାରିଖରେ ଟ୍ରକ୍‌ର ନୂତନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଥିବା ସମସ୍ୟା ସମ୍ପର୍କରେ ଚୂଡାନ୍ତ ନିଷ୍ପତ୍ତି ପ୍ରଶାସନକୁ ଜଣାଇବେ। ବୈଠକରେ ଏହି ନିଷ୍ପତ୍ତି ପରେ ଟ୍ରକ୍‌ ମାଲିକ ସଂଘ ଆନ୍ଦୋଳନକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି ବୋଲି ସଭାପତି ଅରବିନ୍ଦ ଭୂତିଆ ପ୍ରକାଶ କରିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକାରୀ ସଭାପତି ଟୁକୁନା ସ୍ବାଇଁ, ସାଧାରଣ ସମ୍ପାଦକ ରତନ ଶତପଥୀ, ପରିବହନକାରୀ ସଂଘ ସାଧାରଣ ସମ୍ପାଦକ ସୁଧୀର ନାଥ, ମହେଶ ଅଗ୍ରୱାଲ, ସଞ୍ଜୟ ଭଞ୍ଜ, ରାଜେଶ ଘୋଷ, ପ୍ରଭାକର ସାହୁ, ବିଜୟ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?