Posted inଜାତୀୟ

ଖଣ୍ଡା ଧରି ପୋଲିସକୁ ଗୋଡାଇଲେ କୃଷକ

ନୂଆଦିଲ୍ଲୀ,୨୬।୧: ମଙ୍ଗଳବାର ସାରା ଦେଶରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଦିଲ୍ଲୀ ସୀମାରେ ଦୀର୍ଘ ଦୁଇ ମାସ ହେବ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରୁଥିବା କୃଷକମାନେ ଏକ ଟ୍ରାକ୍ଟର ରାଲି ଆରମ୍ଭ କରିଥିଲେ। ପୋଲିସ ସେମାନଙ୍କୁ ରୋକିବାକୁ ଚେଷ୍ଟା କରିବାକୁ କରିଥିଲା। ଫଳରେ ଉଭୟ କୃଷକ ଏବଂ ପୋଲିସ ମୁହାଁମୁହିଁ ହୋଇଥିଲେ। ପୋଲିସ କୌଣସି ଉପାୟ ନ ପାଇ ଲାଠିଚାର୍ଜ କରିଥିଲା। ଉଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ କୃଷକ ପୋଲିସଙ୍କୁ ଖଣ୍ଡା ଧରି ଗୋଡାଇ ଥିଲେ। ସୂଚନାଯୋଗ୍ୟ, ଅକ୍ଷରଧାମ ନିକଟରେ ଥିବା ଏନ୍‌ଏଚ୍‌ ୨୪ରେ ପୋଲିସ କୃଷକମାନଙ୍କୁ ରୋକିବାକୁ ଏକ ବ୍ୟାରିକେଡ୍‌ ନିର୍ମାଣ କରିଥିଲା। କିଛି କୃଷକ ବ୍ୟାରିକେଡ୍‌ ଭାଙ୍ଗି ଭିତରକୁ ପଶିବାକୁ ଚେଷ୍ଟା କରିଥିଲେ। ପୋଲିସ ବାଧ୍ୟ ହୋଇ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରି ଲାଠିଚାର୍ଜ କରିଥିଲା। ପରେ କୃଷକମାନେ ଖଣ୍ଡା ଦେଖାଇ ପୋଲିସକୁ ଡରାଇବାକୁ ଚେଷ୍ଟା କରିଥିଲେ। ପୋଲିସ ମଧ୍ୟ ଖଣ୍ଡା ଦେଖି ଭୟଭୀତ ହୋଇ ଦୌଡିଥିଲା। ସୂଚନାଯୋଗ୍ୟ, ଦୀର୍ଘ ୨ ମାସ ହେବ କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ-ହରିୟାଣା ସୀମାରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ସରକାର ସହ ଗୋଟିଏ ପରେ ଗୋଟିଏ ବୈଠକ ବସୁଥିଲେ ମଧ୍ୟ କୌଣସି ସମାଧାନର ବାଟ ଫିଟୁନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri