Posted inUncategorized

ଏସ୍‌ଡିଏମ୍‌ଙ୍କୁ ଶକ୍ତ ଚାପୁଡା ମାରିଲେ ଚାଷୀ, ତଳେ ପଡିଯିବା ପରେ…ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୩।୬: ଉତ୍ତରପ୍ରଦେଶର ଫିରୋଜାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ଗାଁରେ ପ୍ରଶାସନ ଟିମ୍‌ ଏବଂ ଗ୍ରାମବାସୀଙ୍କ ମଧ୍ୟରେ କିଛି ବାଦବିବାଦ ଚାଲଥିଲାି। ଏହି ସମୟରେ ଜଣେ କୃଷକ ଏସଡିଏମ ସାହେବଙ୍କୁ ଜୋରରେ ଚାପୁଡ଼ା ମାରିଥିଲେ। ତାଙ୍କୁ ଚାପୁଡ଼ା ମାରିବା ମାତ୍ରେ ଏସଡିଏମ ସାହେବ ତଳେ ପଡ଼ିଯାଇଥିଲେ। ଏହା ଦେଖି ପ୍ରଶାସନର ଲୋକମାନେ କୃଷକ ଏବଂ ଅଧିକାରୀଙ୍କୁ ଅଲଗା କରିଥିଲେ। ଏହା ପରେ ପୋଲିସ ଚାଷୀଙ୍କୁ ନିଜ କାରରେ ନେଇଥିଲା। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ୍‌ ହେଉଛି।
ଫିରୋଜାବାଦର ଜସରାନା ତହସିଲ ଅଞ୍ଚଳର ନାଗଲା ତୁର୍ସି ଗ୍ରାମରେ ଜମି ବିବାଦର ସମାଧାନ ପାଇଁ ଏସଡିଏମ ସାହେବ ନିଜ ଟିମ୍‌ ସହ ପହଞ୍ଚିଥିଲେ। କିଛି ପ୍ରସଙ୍ଗରେ ବିବାଦ ଦେଖାଦେଇଥିଲା। ଏସଡିଏମ ସାହେବ ଚାଷୀଙ୍କ ଉପରେ ହାତ ଉଠାଇବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ଚାଷୀ ରାଗିଯାଇ ଏସ୍‌ଡିଏମ୍‌ଙ୍କୁ ଜୋରରେ ଚାପୁଡ଼ା ମାରିଥିଲେ। କୃଷକଙ୍କ ଚାପୁଡା ଏସ୍‌ଡିଏମ୍‌ଙ୍କ ଉପରେ ଏତେ ଭାରି ଥିଲା ଯେ ସେ ଠିଆ ହେବା ସମୟରେ ତଳେ ପଡ଼ିଯାଇଥିଲେ।
ଘଟଣାସ୍ଥଳରେ ଉପସ୍ଥିତ କେହି ଜଣେ ତାଙ୍କ ଫୋନରେ ଏହି ଚାପୁଡ଼ା ଭିଡିଓ ରେକର୍ଡ କରିଥିଲେ। ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri