ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍‌ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…

ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର ନାରାୟଣ (୪୯)ଙ୍କ ବଜ୍ରପାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି।

ପରିବାର ଲୋକଙ୍କ ସୂଚନା ଅନୁଯାୟୀ, ନାରାୟଣ ଗୁରୁବାର ଭୋର ସାଢେ ପାଞ୍ଚଟା ସମୟରେ ଏକ ଝୁଡ଼ିରେ ଖତ ନେଇ ନିଜ ବିଲରେ ପକାଇବାକୁ ଯାଇଥିଲେ। ବିଲରୁ ଫେରିବା ସମୟରେ ଅଦିନିଆ କାଳବୈଶାଖୀ ହଠାତ୍‌ ମାଡ଼ିଆସିଲା। ବିଜୁଳି ଘଡଘଡି ମାରିବା ଦାରା ଉକ୍ତ ବଜ୍ରପାତରେ ଘଟଣାସ୍ଥଳରେ ନାରାୟଣ ଭୂମିରେ ଟଳି ପଡ଼ିଥିଲେ। ସେହି ବାଟ ଦେଇ ଗ୍ରାମର କିଛି ପିଲା ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଉଥିବା ବେଳେ ତାଙ୍କୁ ତଳେ ପଡ଼ିଥିବା ଦେଖି ସଙ୍ଗେ ସଙ୍ଗେ ଫେରି ଆସି ଗ୍ରାମରେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ପରିବାର ଲୋକ ଗ୍ରାମବାସୀଙ୍କ ସହାୟତାରେ ଘଟଣାସ୍ଥଳକୁ ଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଗଣିଆ ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। କିନ୍ତୁ ଡାକ୍ତର ନାରାୟଣଙ୍କୁ ମୃତ ଘୋଷଣା କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଦଶପଲ୍ଲା ପଠାଇଥିବା ପରିବାରଙ୍କ ପକ୍ଷରୁ ସୂଚନା ମିଳିଛି।

ଏନେଇ ସ୍ଥାନୀୟ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ମୃତ ଚାଷୀ ଜଣକ ପରିବାରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ହୋଇଥିବାରୁ ପରିବାର ଲୋକ ଅତି ଦୁଃଖରେ ମ୍ରିୟମାଣ ହୋଇ ଭାଙ୍ଗି ପଡ଼ିଥିବା ଜଣାଯାଇଛି। ତାଙ୍କ ପରିବାରକୁ ସରକାରଙ୍କ ତରଫରୁ ଆବଶ୍ୟକୀୟ ଆର୍ଥିକ ସହାୟତା ଯୋଗାଇ ଦିଆଯିବାକୁ ପରିବାର ତଥା ଗ୍ରାମବାସୀଙ୍କ ତରଫରୁ ତହସିଲ,ବ୍ଲକ ଓ ଜିଲା ପ୍ରଶାସନକୁ ଦାବି କରିବା ସହିତ ସ୍ଥାନୀୟ ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ମୃତକଙ୍କ ପରିବାରକୁ ସାହାଯ୍ୟର ହାତ ବଢ଼ାଇବା ପାଇଁ ଗ୍ରାମବାସୀ ଅନୁରୋଧ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri