ତହସିଲ ଅଫିସରୁ କର୍ମଚାରୀଙ୍କୁ ତଡିଦେଲେ ଚାଷୀ

ବରଗଡ଼ ଅଫିସ୍‌,୨୫।୩।: ବରଗଡ଼ ଜିଲାରେ ଚାଷୀ ସମସ୍ୟା ଥମିବାର ନାଁ ନେଉ ନାହିଁ। ଧାନ ବିକ୍ରିକୁ ନେଇ ସରକାରୀ କଳ ପକ୍ଷରୁ କରାଯାଉଥିବା ବିଭିନ୍ନ କଟକଣାକୁ ନେଇ ଚାଷୀକୁଳ ବହୁବିଧ ସମସ୍ୟାରେ ଛନ୍ଦି ହୋଇପଡ଼ିଛନ୍ତି । ଟୋକନ କଟକଣା ଯୋଗୁ ଜିଲାର ଅନେକ ଚାଷୀ ଖରିଫରେ ଅମଳ ଧାନକୁ ଏପର୍ଯ୍ୟନ୍ତ ବିକ୍ରି କରିପାରି ନାହାନ୍ତି । ଅନ୍ୟପଟେ ରବି ଧାନ ସଂଗ୍ରହ ପାଇଁ ଚାଷୀ ପରିଚୟ ପତ୍ର ପ୍ରସ୍ତୁତିରେ ପ୍ରଶାସନିକ କଟକଣା ସମସ୍ୟାକୁ ଦ୍ୱିଗୁଣିତ କରି ପକାଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢ଼ି ଚାଲିଛି । ଏହି କ୍ରମରେ ଗୁରୁବାର ଅଞ୍ଚଳର ଚାଷୀମାନେ ଏକ ବିକ୍ଷୋଭ ଶୋଭାଯାତ୍ରାରେ ଆସି ଭେଡ଼େନ ତହସିଲ ଅଫିସ ଘେରାଉ କରିଥିଲେ । ଏହା ସହିତ ଅଫିସରେ ଉପସ୍ଥିତ ସମସ୍ତ କର୍ମଚାରୀଙ୍କୁ ବାହାର କରି କାର୍ଯ୍ୟାଳୟକୁ ଅଚଳ କରି ଦେଇଥିଲେ । ଅପରାହ୍ନରେ ସ୍ଥାନୀୟ ତହସିଲଦାର ଅନିଳ ହୋତା ଏବଂ ଅତିରିକ୍ତ ତହସିଲଦାର ନାରାୟଣ ଦଣ୍ଡସେନା ଆନ୍ଦୋଳନସ୍ଥଳକୁ ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିଥିଲେ । ଚାଷୀଙ୍କ ଦାବି ସମୂହ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ ସହିତ ବିହିତ ପଦକ୍ଷେପ ନିଆଯିବ ବୋଲି ତହସିଲଦାର ହୋତାପ୍ରତଶ୍ରୁତି ଦେଇଥିଲେ । ପରେ ଚାଷୀମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରି ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri