ଧାନ ଉଠାଣ ଦାବିରେ ତାତିଲେ ଚାଷୀ

ପଦ୍ମପୁର,୨୦।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତି ଯାଇଛି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ ଚାଷୀଙ୍କୁ ମିଳିଥିବା ଟୋକନ ଅବଧି ମଧ୍ୟ ସରି ଯାଇଛି। ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହାର ପ୍ରତିବାଦରେ ପଦ୍ମପୁର ଅଞ୍ଚଳର ଚାଷୀ ଆନ୍ଦୋଳନ ତେଜି ଉଠିଛି। ଏଠାରେ ଚାଲିଥିବା ଚାଷୀ ଆନ୍ଦୋଳନ ନବମ ଦିବସରେ ପହଞ୍ଚି ଥିବାବେଳେ ଶନିବାର ଭେଉଁରିଆ ଛକରେ ପଦ୍ମପୁର-ପାଇକମାଳ ରାସ୍ତାକୁ ଅବରୋଧ କରିଛନ୍ତି। ଏହା ସହିତ ଆନ୍ଦୋଳନ ସ୍ଥଳରେ ଫୁଡ୍‌ ପଲିସି କପିକୁ ପୋଡ଼ି ପ୍ରତିବାଦ କରିଛନ୍ତି। ପଦ୍ମପୁର ଆର୍‌ଏମ୍‌ସି ଅନ୍ତର୍ଗତ ବିଭିନ୍ନ ମଣ୍ଡିରେ ଲକ୍ଷାଧିକ ବସ୍ତା ଧାନ ପଡ଼ି ରହିଥିବା ବେଳେ ବାରମ୍ବାର ଦାବି ସତ୍ତ୍ବେ ତାକୁ ଉଠାଯାଉ ନାହିଁ। ଏହାର ପ୍ରତିବାଦରେ ଗତ ୧୧ ତାରିଖରୁ ରାଜ ବୋଡାସମ୍ବର କୃଷକ ସଂଗଠନ ନେତୃତ୍ୱରେ ଚାଷୀମାନେ ଧାନ ବୋଝେଇ ଟ୍ରାକ୍ଟର ସହିତ ଆନ୍ଦୋଳନ ଜାରି ରଖିଛନ୍ତି। ଏହା ସହିତ ପଦ୍ମପୁର ଉପଜିଲାପାଳ ଓ ତହସିଲ ଅଫିସ ଆଗରେ ଧାନ ଗଦା କରିବା ସହିତ ଉଭୟ ଅଫିସକୁ ଅଚଳ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?