ମଣ୍ଡିରେ ପଡ଼ି ରହିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା ଅଫିସ, ୨୨।୩: କେନ୍ଦ୍ରାପଡ଼ା ଜିଲାର ଧାନମଣ୍ଡିରେ ଏବେ ଭିଡ ଅଧିକ ହୋଇଛି। ସରକାରୀ ମଣ୍ଡି ବନ୍ଦ ହେବାକୁ ମାର୍ଚ୍ଚ ମାସର ହାତଗଣତି ଦିନ ବାକି ରହିଥିବାରୁ ଚାଷୀ ବ୍ୟସ୍ତ ହୋଇପଡ଼ିଛନ୍ତି। ଟୋକନ ନାହିଁ, ଅପେକ୍ଷା କର ବୋଲି ସମିତି କାର୍ମକର୍ତ୍ତା ଚାଷୀଙ୍କୁ କହୁଛନ୍ତି। ମହାକାଳପଡ଼ା, ବରକନ୍ଦାରେ ମଧ୍ୟ ଏହି ସମସ୍ୟା। ଚାଷୀ ଧାନ ବିକ୍ରି ପାଇଁ ଅପେକ୍ଷା କରିଥିବା ବେଳେ ମିଲରଠାରୁ ଆରମ୍ଭ କରି ସମିତି କର୍ମକର୍ତ୍ତାଙ୍କ ଅଣଦେଖା ବାଧୁଛି। କେବଳ ରାଜନଗର ଓ ମହାକାଳପଡ଼ାରେ ଏହି ସମସ୍ୟା ସମୀତ ନୁହେଁ। ଜିଲା ସାରା ସରକାରୀ ମଣ୍ଡି ଧାନ ଉଠାଉ ନ ଥିବା ଅଭିଯୋଗ ହେଉଛି। ସରକାରୀ ମଣ୍ଡି ସମୟ ଅବଧି ସରିବାକୁ ଯାଉଥିବାରୁ ଅଭାବୀ ବିକ୍ରି ଆରମ୍ଭ ହୋଇଯାଇଛି। ବେପାରୀ ଓ ଅଧିକାରୀ ମାଲେମାଲ ହେବା ପାଇଁ ଅଭାବି ବିକ୍ରିକୁ ପ୍ରୋତ୍ସାହିତ କରୁଥିବା ଦର୍ଶାଇ ଚାଷୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଉଛନ୍ତି।
ଏ ସମ୍ପର୍କରେ କେନ୍ଦ୍ରାପଡ଼ା ବ୍ଲକ କଂସାରି ଗଁାର ଚାଷୀ ନିରଞ୍ଜନ ପରିଡା କହିଛନ୍ତି, ସରକାରୀ ମଣ୍ଡିରେ ଧାନ ବିକ୍ରି ହେବ। ହାତକୁ ଦୁଇ ପଇସା ଆସିଲେ ଚଳିତବର୍ଷ ଝିଅ ବାହାଘରର ଝାମେଲା ତୁଟିବ। ଏହି ସ୍ବପ୍ନ ନେଇ ଘରର ସମସ୍ତ ଅର୍ଥ ଖରିଫ ଧାନ ଚାଷରେ ଲଗାଇ ଥିଲି। ମଣ୍ଡିରେ ଧାନ ବିକ୍ରି ପାଇଁ ଉପଯୁକ୍ତ ସମୟରେ ପଞ୍ଜୀକରଣ ହେଲା। ମୋବାଇଲରେ ଧାନ ବିକ୍ରି ପାଇଁ ସୂଚନା ଆସିଲା। ପରିବାର ସଦସ୍ୟ ଝିଅ ବାହାଘର ପାଇଁ ଅର୍ଥ ସମସ୍ୟା କିଛି ମାତ୍ରାରେ କମିଲା ବୋଲି ସରକାରୀ ବ୍ୟବସ୍ଥାକୁ ଧନ୍ୟବାଦ ଦେଲେ। ତେବେ ବିକ୍ରି ଟୋକନର ସମୟ ଅବଧି ସରବା ସତ୍ତ୍ୱେ ଅଦ୍ୟାବଧି ମଣ୍ଡି ଅଧିକାରୀ ଟାର୍ଗେଟ ନ ଥିବା ଦର୍ଶାଇ ଧାନ ନେଉନାହାନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ନରସିଂହପୁର କୃଷି ସମବାୟ ସମିତିର ସଭ୍ୟ ତଥା ଗଣ୍ଡକୂଳ ଗ୍ରାମର ତ୍ରୈଲୋକ୍ୟନାଥ ଦାସ କହିଛନ୍ତି, ଟାର୍ଗେଟ ନ ଥିବା ଦର୍ଶାଇ ଚାଷୀଙ୍କ ଝାଳର ମୂଲ୍ୟକୁ ଧାନ ବ୍ୟବସାୟୀ ଓ ପାକ୍ସ ଅଧିକାରୀମାନେ ବାଣ୍ଟି ନେଉଥିବା ଅଭିଯୋଗ କରିଛନ୍ତି। ଜିଲାରେ ଚାଷୀଙ୍କ ଦରଦକୁ କେହି ବୁଝୁ ନ ଥିବାରୁ ଅଭାବୀ ବିକ୍ରିକୁ ପ୍ରେତ୍ସାହିତ କରାଯାଉଛି। ଆଗାମୀଦିନରେ ଏ ନେଇ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚାଷୀମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଜିଲାର ୧ ଲକ୍ଷ ୨୪ ହଜାର ହେକ୍ଟର ଜମିରେ ୩ ଲକ୍ଷ ୧୧ ହଜାରରୁ ଅଧିକ ଚାଷୀ ଚଳିତ ବର୍ଷ ଖରିଫ ଧାନ ଚାଷ କରିଥିଲେ। ତେବେ ପ୍ରାୟ ୯୦ ପ୍ରତିଶତ ଚାଷୀଙ୍କ ବଳକା ଧାନ ବିକ୍ରି ହୋଇପାରୁନାହିଁ। ଏପରିକି ଚଳିତବର୍ଷର ଧାନ ବିକ୍ରୟ ପାଇଁ ପଞ୍ଜୀକୃତ ହୋଇଥିବା ୪୬,୩୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ମଧ୍ୟରୁ ଏବେ ସୁଦ୍ଧା ୧୬ ହଜାରରୁ ଅଧିକ ଚାଷୀଙ୍କ ବଳକା ଧାନ ସରକାରୀ ମଣ୍ଡିରେ ବିକ୍ରୟ ହୋଇପାରିନାହିଁ। ଜିଲାର ୧୧୮ ପାକ୍ସ ମଧ୍ୟରୁ ଅଧିକାଂଶ ସ୍ଥାନରେ ଟୋକନ ସମସ୍ୟା ଦେଖା ଦେଇଥିବା ବେଳେ ଏବେ ଟାର୍ଗେଟ ନ ଥିବା କହି ଚାଷୀଙ୍କୁ ହତାଶ କରାଯାଉଛି। ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀଙ୍କ ଉପତ୍ାଦ ପ୍ରତି ସୁରକ୍ଷା ପ୍ରଦାନ କରୁଥିବା କହୁଥିଲେ ମଧ୍ୟ ବାସ୍ତବରେ ଅଭାବୀ ବିକ୍ରିକୁ ପ୍ରୋତ୍ସାହିତ କରାଯାଉଛି। ଜିଲାର ସମସ୍ତ ପଞ୍ଜୀକୃତ ଚାଷୀଙ୍କ ଧାନ କ୍ରୟ ନ ହେଲେ କୃଷକ ଆନ୍ଦୋଳନ ହେବ ବୋଲି ମତ ଦେଇଛନ୍ତି। ଓଡ଼ିଶା ସୂଚନା ଅଧିକାର ଅଭିଯାନର କେନ୍ଦ୍ରାପଡ଼ା ଜିଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଛନ୍ତି, କୃଷି ଭିତ୍ତିକ ଅର୍ଥନୀତିରେ ପରିଚାଳିତ କେନ୍ଦ୍ରାପଡ଼ା ଜିଲାର ଚାଷୀ ସର୍ବଦା ଅବହେଳା ଓ ପ୍ରତାରଣାର ଶିକାର ହୋଇଛନ୍ତି। ଧାନ କିଣା ଅନିୟମିତତା ସମ୍ପର୍କରେ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ହେଉନାହିଁ।
୨୦୧୬ ମସିହାରେ ଏହି ପରିସ୍ଥିତି ସୃଷ୍ଟି ଫଳରେ ଜଣେ ରାଜନେତା ବେପାରୀଙ୍କ ଧାନ ସରକାରୀ ମଣ୍ଡିରେ ଦେଇ କୋଟିଏ ଟଙ୍କା ହଡପ କରିଥିବା ଅଭିଯୋଗ ଆସିଥିଲା। ଏହା ବ୍ୟତିତ ଜିଲାରେ ଧାନ ଟାର୍ଗେଟ ଅନୁଯାୟୀ ଗତ ୨୦୧୩- ୧୪ ଆର୍ଥିକ ବର୍ଷରୁ ଅଦ୍ୟାବଧି କିଣାଯାଇନାହିଁ। ଏ ସମ୍ପର୍କରେ ସିଏସ୍‌ଓ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ପଚାରିବାରେ ପଞ୍ଜୀକୃତ ୪୬,୩୦୦ ଜଣ ଚାଷୀଙ୍କ ମଧ୍ୟରୁ ଅଦ୍ୟାବଧି ବୈଧ ଚାଷୀ ସାବ୍ୟସ୍ତ ହୋଇଥିବା ୩୦,୧୦୦ଜଣଙ୍କଠାରୁ ଧାନ କ୍ରୟ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN

କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri