ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ ଲୋଟିଛି। ଧାନର ମାନ ଖରାପ ହେଲେ ବିକ୍ରିଯୋଗ୍ୟ ହେବ ନାହିଁ। ଧାନ ଗଜା ହୋଇଯିବାର ସମ୍ଭାବନା ରହିଛି। ପରିଶ୍ରମର ମୂଲ ମିଳିବ କି ନାହିଁ ଏଭଳି ଅନେକ ପ୍ରଶ୍ନ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଏପରି ସ୍ଥଳେ ରାଜ୍ୟ ସରକାରଙ୍କ ଆଶ୍ୱାସନା ଚାଷୀଙ୍କୁ ଆଶ୍ୱସ୍ତି ଦେଇଛି।
ଧାନର ମାନ ଖରାପ ଥିଲେ ମଧ୍ୟ ରାଜ୍ୟ ସରକାର କିଣିବେ। ଏଥିପାଇଁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଚାଷୀଙ୍କ ଧାନ କିଣାଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି,ଟୋକନ ଅବଧି ଶେଷ ହୋଇ ଯାଇଥିଲେ ମଧ୍ୟ ଚାଷୀଙ୍କୁ ଆହୁରି ୧୫ ଦିନ ମହଲତ ଦିଆଯିବ। ଓଦା ଧାନ ଶୁଖାଇ ମଣ୍ଡିରେ ବିକ୍ରି ପାଇଁ ଅଧିକ ସମୟ ଦିଆଯିବ। ପାଗ ଖରାପ ଯୋଗୁ କିଛି ମଣ୍ଡି ଖୋଲିବାରେ ବିଳମ୍ବ ହେଉଛି। କିନ୍ତୁ ବର୍ଷା ପାଇଁ ଆଗୁଆ ମଣ୍ଡି ଖୋଲିବ ନାହିଁ। ବର୍ଷାରେ ଯେଉଁ ଚାଷୀଙ୍କର ଧାନ କ୍ଷତି ହୋଇଛି ଆକଳନ କରି ଉଚିତ ମୂଲ୍ୟ ଦିଆଯିବ। ଏବେ ସୁଦ୍ଧା ମଣ୍ଡିରେ ୭.୫ ଲକ୍ଷ କୁଇଣ୍ଟାଲ ଧାନ ବିକ୍ରି ହୋଇଛି। ପ୍ରାୟ ଦେଢ଼ ଲକ୍ଷ କୃଷକଙ୍କ ଆକାଉଣ୍ଟଙ୍କୁ ୨୧ ଶହ କୋଟି ଟଙ୍କା ଦିଆଯାଇଛି। ଏପର୍ଯ୍ୟନ୍ତ ଗୋଟିଏ ଅଭିଯୋଗ ଆସିନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ମଧ୍ୟ ସରକାର ପ୍ରସ୍ତୁତ ଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ସେ କହିଛନ୍ତି, ଯାହା ନିୟମ ଅଛି ସେହି ଅନୁସାରେ କ୍ଷତିପୂରଣ ଦିଆଯିବ। ସରକାର ଓ ଚାଷୀଙ୍କ ଭିତରେ ସହାଭାଗିତା ଦରକାର। ଜିଲା ପ୍ରଶାସନ ମଧ୍ୟ ସହାୟତା କରିବ। ଚାଷୀ ଆଦୌ ବ୍ୟସ୍ତ ବିବ୍ରତ ହୁଅନ୍ତୁ ନାହିଁ। ସରକାର ଲୋକଙ୍କ ସାଙ୍ଗରେ ଅଛନ୍ତି ବୋଲି ସେ ଆଶ୍ୱାସନା ଦେଇଛନ୍ତି। ଅନ୍ୟପକ୍ଷରେ ଲଘୁଚାପ ଜନିତ ବର୍ଷା ଅଦିନିଆ ବର୍ଷା ଯୋଗୁ ହୋଇଥିବା ଫସଲ କ୍ଷୟକ୍ଷତିର ଆକଳନ ଆରମ୍ଭ ହୋଇଛି । ଆସନ୍ତା ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ କରି ଜିଲାପାଳ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। କ୍ଷୟକ୍ଷତିର ଠିକ୍‌ ଆକଳନ ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଧାନ ସମ୍ପୂର୍ଣ୍ଣ ନଷ୍ଟ ହୋଇ ନ ଥିଲେ ବିକ୍ରି କରିବା ପାଇଁ ବ୍ୟବସ୍ଥା କରାଯିବ। ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲେ ଏବଂ ବିକ୍ରିଯୋଗ୍ୟ ହୋଇ ନ ଥିଲେ ତା’ର ସମ୍ପୂର୍ଣ୍ଣ କ୍ଷତିପୂରଣ ଚାଷୀଙ୍କୁ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri