ଦାବି ନେଇ ଚାଷୀଙ୍କ ୨୨ କି.ମି. ପଦଯାତ୍ରା

ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ପଡିଆବାହାଳ ଜୟଦୁର୍ଗା କୃଷକ କ୍ଲବ ବିଭିନ୍ନ ଦାବି ପୂରଣ ପାଇଁ ଅଭିନବ ପ୍ରତିବାଦ କରିଛି। କ୍ଲବ କର୍ମକର୍ତ୍ତା ଶୁକ୍ରବାର ଖଲିଆପାଲି ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରୁ ପ୍ରାୟ ୨୨ କି.ମି. ପଦଯାତ୍ରା କରି ଜିଲାପାଳଙ୍କ ଅଫିସ ଆଗରେ ପହଞ୍ଚତ୍ଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ ସହ ବିଭିନ୍ନ ଦାବି ଉଠାଇ ନାରାବାଜି କରିଥିଲେ। ସେମାନଙ୍କ ପ୍ରମୁଖ ଦାବି ମଧ୍ୟରେ ଶୀତଳ ଭଣ୍ଡାର ବ୍ୟବସ୍ଥା, ଟୋକନ ବ୍ୟବସ୍ଥା, ଫସଲ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଦେବା, ଇନ୍‌ପୁଟ ସବ୍‌ସିଡି ପ୍ରଦାନ, ଇ ପରିବହନ ବ୍ୟବସ୍ଥା ବନ୍ଦ କରାଯିବା, କୃଷିଋଣ ଛାଡ କରିବା, ବନ୍ୟପ୍ରାଣୀ ନଷ୍ଟ କରୁଥିବା ଫସଳର ଶୀଘ୍ର କ୍ଷତିପୂରଣ ଦେବା, ଚାଷୀମାନଙ୍କ ପାଇଁ ବୁର୍ଲା ଭିମସାରରେ ସ୍ବତନ୍ତ୍ର ଅଇସିୟୁ ବ୍ୟବସ୍ଥା ଅନ୍ୟତମ। ଜିଲାପାଳଙ୍କ ଅଫିସ ଭିତରକୁ ଯିବା ସମୟରେ ପୋଲିସ ଅଟକାଇଥିଲା। ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ସରାଜ ମିଶ୍ର ଦାବିପତ୍ର ନେବାକୁ ଆସିଥିଲେ ମଧ୍ୟ ଚାଷୀମାନେ ୨୨କି.ମି. ଚାଲି ଚାଲି ଆସିଛୁ, ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେବାକୁ ଜିଦ୍‌ କରିଥିଲେ। ଅନୁମତି ଦିଆଯିବା ପରେ ଏକ ପ୍ରତିନିଧି ଦଳ ଜିଲାପାଳ ଶୁଭମ୍‌ ସକସେନାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅଗାମୀ ଦିନରେ ଦାବି ପୂରଣ ନ ହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଚଳିତବର୍ଷ ଅଣ ଜଳସେଚିତ ଜମିରେ ଫସଲ ନଷ୍ଟ ହୋଇଥିବାରୁ ମରୁଡି ଅଞ୍ଚଳ ଘୋଷଣା କରାଯାଉ ବୋଲି ଦାବି କରିଥିଲେ। କ୍ଲବ ସଭାପତି ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ନନ୍ଦ କିଶୋର ସାହୁ, କପିଲ ପ୍ରଧାନ, ଅମୂଲ୍ୟ କୁମାର ପୂଜାରୀ, ଦିଲୀପ କୁମାର ମିର୍ଦ୍ଧା, ରୁଦ୍ର ପ୍ରସନ୍ନ ବଡପଣ୍ଡା, ଝସକେତନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri