ଚାଷୀଙ୍କ ବୀମାଭୁକ୍ତ ଅବଧି ୫ ପର୍ଯ୍ୟନ୍ତ ବଢ଼ିଲା

ଭୁବନେଶ୍ୱର,୩।୮(ବ୍ୟୁରୋ): ଚଳିତ ଖରିଫ୍‌ରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ଚାଷୀମାନେ ବୀମାଭୁକ୍ତ ହୋଇପାରି ନାହାନ୍ତି ସେମାନେ ତାଙ୍କ ଫସଲ ଲାଗି ଏହି ସମୟ ଭିତରେ ବୀମା ଭୁକ୍ତ କରିପାରିବେ। ଏହି ମର୍ମରେ ରବିବାର କେନ୍ଦ୍ର ସରକାରଙ୍କ କୃଷି ସମବାୟ ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଜୁଲାଇ ୩୧ ଶେଷ ତାରିଖ ଥିବାବେଳେ କରୋନା ଯୋଗୁ ଅନେକ ଚାଷୀ ବୀମାଭୁକ୍ତ ହୋଇ ପାରୁନାହାନ୍ତି। ଫଳରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟିଆକର୍ଷଣ କରିବା ସହିତ ଏ ଦିଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବୀମା ସମୟସୀମା ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଅନୁରୋଧ କରିଛନ୍ତି।
ଏହାସହ ମନ୍ତ୍ରୀ ସ୍ବାଇଁ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗଙ୍କ ସହିତ ଏ ସମ୍ପର୍କରେ ଆଲୋଚନା କରି ସମୟସୀମା ବୃଦ୍ଧି ଲାଗି ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ସେହି ଅନୁଯାୟୀ ଗତ ୩୦ ତାରିଖରେ ମୁଖ୍ୟ ଶାସନ ସଚିବ ଏବଂ ୩୧ରେ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ କେନ୍ଦ୍ର ସରକାରଙ୍କୁ ସମୟସୀମା ବୃଦ୍ଧି ପାଇଁ ଅନୁରୋଧ କରି ପତ୍ର ଲେଖିଛନ୍ତି। ସମ୍ପୃକ୍ତ ବୀମା କମ୍ପାନୀ ଚାଷୀଙ୍କ ଠାରୁ ଦରଖାସ୍ତ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ରବିବାରଠାରୁ ୫ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀଗୁଡିକ ସମସ୍ତ ଦରଖାସ୍ତ ଗ୍ରହଣ ପୂର୍ବକ ଏ ଦିଗରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri