ବୀମା ସହାୟତା ନମିଳିଲେ ଚାଷୀ ଆନ୍ଦୋଳନ

ଲୋଇସିଂହା, ୨୯।୭(ଡି.ଏନ.ଏ.)
୨୦୧୯-୨୦ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ମିଳିବା ଜାଣି ଚାଷୀ ଖୁସି ହୋଇଥିଲେ ା ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗାଁମାନଙ୍କରେ ନୋଟିସ୍‌ ଜାରି ପରେ ଚାଷୀଙ୍କ ଉତ୍ସାହ ଭାଙ୍ଗିଯାଇଛି ା ଚାଷୀଙ୍କୁ ସହାୟତାରୁ ବଞ୍ଚତ୍ତ କରିବା ଉଦ୍ଦେଶ୍ୟରେ ବୀମା କମ୍ପାନୀ ଓ ଜିଲା ପ୍ରଶାସନର ମଧୁଚନ୍ଦ୍ରିକାରେ ଏପରି ନୋଟିସ୍‌କୁ ଚାଷୀ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି ା ବୀମା ବେଳେ ଦିଆଯାଇଥିବା ସତ୍ୟପାଠ ବଳରେ ସହାୟତା ଦେବାକୁ ତହସିଲଦାରଙ୍କୁ ମଙ୍ଗଳବାର ଅନୁରୋଧ କରାଯାଇଛି ା ନଚେତ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦିଅଯାଇଛି। ଅଭିଯୋଗ ଅନୁସାରେ ଲୋଇସିଂହା ବ୍ଲକର ଚାଷୀମାନେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା କରିଥିଲେ। ସେତେବେଳେ ରୟଲ ସୁନ୍ଦରମ ବୀମା କମ୍ପାନୀ ଦେଇଥିବା ତଥ୍ୟ ଅନୁଯାୟୀ ଚାଷୀମାନେ ଖତିୟାନା କପି, ପ୍ଲଟ ନମ୍ବର, ସତ୍ୟପାଠ, ଆଧାର କାର୍ଡ, ବ୍ୟାଙ୍କ ପାସ୍‌ବହି କପି ଇତ୍ୟାଦି ଦେଇ ଅନଲାଇନରେ ବୀମାଟଙ୍କା ପୈଠ କରିଥିଲେ ା ପଞ୍ଚାୟତ ଅନୁସାରେ ହୋଇଥିବା କ୍ଷତି ହିସାବରେ ଏବେ ଚାଷୀଙ୍କୁ ସହାୟତା ଦିଆଯିବା ା ହେଲେ ସସହାୟତା ରାଶି ବଣ୍ଟନ ପୂର୍ବରୁ ତହସିଲ ପକ୍ଷରୁ ଗତ ୧୪ ତାରିଖରେ ଯେଉଁ ଖତିୟାନ ପ୍ଲଟଗୁଡିକରେ ପରିବାରର ଏକାଧିକ ସଦସ୍ୟଙ୍କ ଦ୍ୱାରା ବୀମା କରାଯାଇଛି ସେମାନେ ସହମତି ଭିତ୍ତିରେ ଭାଗ କରି ପୁର୍ନବାର ସତ୍ୟପାଠ କରି ପଞ୍ଚାୟତସ୍ତରୀୟ କମିଟିର ସଦସ୍ୟଙ୍କଠାରେ କପି ଦାଖଲ କରିବାକୁ କୁହାଯାଇଛି। ନଚେତ ସହୟତା ପାଇବାରୁ ବଞ୍ଚତ୍ତ ହେବେ ବୋଲି ଉକ୍ତ ନୋଟିସ୍‌ରେ ଉଲ୍ଲେଖ କରାଯାଇଛି ା କରୋନା କଟକଣା ସମୟରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ସରକାରୀ ସଂକ୍ରାନ୍ତୀୟ ଅଭିଯୋଗ ଅନଲାଇନ ତଥା ହ୍ବାଟସ ଆପ ମାଧ୍ୟମରେ ଅଭିଯୋଗ କରିବାକୁ କୁହାଯାଇଛି। ଏଭଳି ସମୟରେ ଚାଷୀଙ୍କୁ ସତ୍ୟପାଠ କରି ଦାଖଲ କରିବା ପାଇଁ କୁହାଯିବା ଜିଲା ପ୍ରଶାସନର ଦୋମୁହାଁ ନୀତି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri