ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ ଧର୍ମଘଟ ଯୋଗୁ ଚାଷୀଙ୍କ ଅଡୁଆ ଆହୁରି ବଢ଼ିଯାଇଛି। ଗତ ୪/୫ ଦିନ ହେଲା ଚାଷୀମାନେ ମଣ୍ଡିକୁ ଧାନ ଆଣି ରଖୁଥିଲେ। ହେଲେ ସେମାନଙ୍କ ଧାନ କିଣା ନ ଯିବାରୁ ଅନେକ ଚାଷୀ ମଣ୍ଡିରେ ଧାନ ଜଗି କଷ୍ଟ ପାଇଛନ୍ତି I ପ୍ରବଳ ଥଣ୍ଡାରେ ଧାନ ଜଗିବାକୁ ମଣ୍ଡିରେ ରହିଥିବା ଚାଷୀମାନେ ଚଳିତ ବର୍ଷର ଧାନକିଣା ଅବ୍ୟବସ୍ଥା ସବୁ ବର୍ଷରୁ ବଳିଯାଇଛି ବୋଲି କହିଛନ୍ତି । ବୁଧବାର ମିଲରମାନଙ୍କ ଧର୍ମଘଟ ପ୍ରତ୍ୟାହାର ହେଲା ବୋଲି କୁହାଯାଇଥିଲା। ବୁଧବାର ସନ୍ଧ୍ୟାରୁ ମଣ୍ଡିରେ ଅଟକି ରହିଥିବା ଟ୍ରକଗୁଡିକରେ ଧାନ ଉଠାଣ କରାଯିବ ବୋଲି ବଲାଙ୍ଗୀର ମିଲର୍ସ ସଂଘ ପକ୍ଷରୁ ସୂଚନା ଦିଆଯାଇଥିଲା। ତେବେ ଗୁରୁବାର ସନ୍ଧ୍ୟା ପର୍ଯ୍ୟନ୍ତ ଅନେକ ମଣ୍ଡିରେ ଧାନ ଉଠି ନ ଥିବା ଜଣାପଡିଛି। ଏପରି କି ଯେଉଁ କିଛି ପାକ୍ସରେ ଧାନ ଉଠିଛି ସେଠି ନାମକୁ ମାତ୍ର ଜଣେ କି ଦୁଇଜଣ ଚାଷୀଙ୍କ ଧାନ ଉଠାଣ କରାଯାଇଛି । ବଲାଙ୍ଗୀର ଜିଲା ପୁଇଁନ୍ତଳା ବ୍ଳକ ଅନ୍ତର୍ଗତ ପୁଇଁନ୍ତଳା ପାକ୍ସରେ ଗୁରୁବାର ଅପରାହ୍ନ ୪ଟାରେ ଗୋଟିଏ ଟ୍ରକ ଆସି କିଛି କୁଇଣ୍ଟାଲ ଧାନ ଉଠାଣ କରିଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri