କରୋନାର ସବୁଠାରୁ ଦ୍ରୁତତମ ମୃତ୍ୟୁହାର ଏବେ ଭାରତରେ: ପ୍ରତିଦିନ ୧୧ଶହ ଲୋକଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨ ।୧୦: ଦେଶରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁହାର ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପାଖାପାଖି ୧,୦୯୫ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏବେ ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୯,୭୭୩ ରହିଥିବା ବେଳେ ଏହା ଖୁବ୍‌ଶୀଘ୍ର ୧ଲକ୍ଷ ଛୁଇଁବ ବୋଲି କୁହାଯାଇଛି । ଏହି ସଂଖ୍ୟା ଏବେ ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି । କୁହାଯାଉଛି କି ଏବେ ଭାରତର ସବୁଠାରୁ ଦ୍ରୁତତମ ଗତିରେ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏକ ଆକଳନରୁ ଜଣାପଡିଛି କି ଦେଶରେ ପ୍ରତିଦିନ ପାଖାପାଖି ୧୧ଶହ ଲୋକଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି । ଭାରତରେ ଏହି ସଂଖ୍ୟା ଯେତେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି ସେହି ଅନୁପାତରେ ଆମେରିକା ଓ ବ୍ରାଜିଲରେ କରୋନା ମୃତ୍ୟୁସଖ୍ୟା କମୁଛି ବୋଲି କୁହାଯାଉଛି । ତେବେ ବ୍ରାଜିଲ ଓ ଆମେରିକାରେ ଏବେ ଦିନକୁ ପ୍ରାୟ ୮ଶହ ଲୋକଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ଏବେ ସାରା ବିଶ୍ୱରେ ପାଖାପାଖି ୩କୋଟି ୪୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇ ସାରିଲେଣି । ଏହାସହ ଏବେ ବିଶ୍ୱରେ ପାଖାପାଖି ୧୦,୨୭,୬୫୩ରୋଗୀଙ୍କର ମୃତ୍ୟୁ ହେଲାଣି । ଆମେରିକାରେ ଏବେସୁଦ୍ଧା ୨,୧୨,୬୬୦ ଜଣଙ୍କ ମୃତ୍ୟୁୃ ହୋଇଥିବା ବେଳେ ବ୍ରାଜିଲରେ ୧,୪୪,୭୬୭ ଜଣଙ୍କ ମୃତ୍ୟୁ ହେଲାଣି । ତେବେ ଭାରତରେ ଏହି ସଂଖ୍ୟା ଯେଉଁଭଳି ଭାବେ ବୃଦ୍ଧି ପାଉଛି ଏହା ଆଉ ଗୋଟିଏ ଦିନ ପରେ ୧ ଲକ୍ଷ ଅତିକ୍ରମ କରିବ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?