Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କ ପରେ ଏହି ଭାଜପା ନେତାଙ୍କ ଉପରେ ମରଣାନ୍ତକ ଆକ୍ରମଣ

ନୂଆଦିଲ୍ଲୀ,୧।୯: କିଛିଦିନ ତଳେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ପରେ ଏବେ ଆଉ ଜଣେ ଭାଜପା ନେତାଙ୍କୁ ଆକ୍ରମଣ କରାଯାଇଛି। ମଣିପୁରର ଭାଜପା ନେତା ମାଇକେଲ ଲାମଜଥାଙ୍ଗଙ୍କ ଘରେ ଘାତକ ଆକ୍ରମଣ ହୋଇଛି। ଏହି ସମୟରେ ଉତ୍ୟକ୍ତ ଜନତା ନେତାଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଏହା ସହିତ ତାଙ୍କ କାରରେ ମଧ୍ୟ ନିଆଁ ଲାଗିଯାଇଥିଲା। ଚୁରଚାନ୍ଦପୁର ଜିଲାରେ କେତେଜଣ ଆକ୍ରମଣକାରୀ ରାଜ୍ୟ ଭାଜପା ମୁଖପାତ୍ର ମାଇକେଲ ଲାମଜଥାଙ୍ଗଙ୍କ ଘରେ ଆକ୍ରମଣ କରିଥିଲେ।
ପୋଲିସର ସୂଚନାନୁସାରେ, ତୁଇବୋଙ୍ଗର ପେନିଲା ଗ୍ରାମରେ ଅବସ୍ଥିତ ଘର ସାମ୍ନାରେ ଅଟକି ରହିଥିବା ଏକ କାର ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ଏହି ଆକ୍ରମଣ ବେଳେ ଭାଜପା ନେତା ଘରେ ଉପସ୍ଥିତ ନଥିଲେ ବୋଲି ପୋଲିସ କହିଛି। ତେଣୁ ତାଙ୍କ ଜୀବନ ରକ୍ଷା ପାଇଲା। ଆକ୍ରମଣକାରୀମାନେ ଭାଜପା ନେତାଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଘରେ ପଶିଥିଲେ, କିନ୍ତୁ ସେତେବେଳେ ସେ ତାଙ୍କ ଘରେ ଉପସ୍ଥିତ ନଥିଲେ।
ଗତ ସପ୍ତାହରେ ତାଙ୍କ ଘର ଉପରେ ମଧ୍ୟ ଆକ୍ରମଣ ହୋଇଥିବା ପୋଲିସ କହିଛି। ଏପରିକି ସେତେବେଳେ ନେତା ଘରେ ଉପସ୍ଥିତ ନଥିଲେ। ଆକ୍ରମଣକାରୀମାନେ କ୍ରମାଗତ ଭାବରେ ଭାଜପା ନେତା ମାଇକେଲଙ୍କୁ ଟାର୍ଗେଟ କରୁଛନ୍ତି। ଏଥି ସହ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏଭଳି ଉତ୍ତେଜନାମୂଳକ କାର୍ଯ୍ୟକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହିପରି ଘଟଣା ଖରାପ ମାନସିକତାକୁ ପ୍ରତିଫଳିତ କରିଥାଏ। ଯେଉଁ ଅଧିକାରୀମାନେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରନ୍ତି ନାହିଁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ବିପଦ ବିଷୟରେ ପୂର୍ବରୁ ଚେତାବନୀ ଦିଆଯାଇଥିଲା। ଆକ୍ରମଣକାରୀଙ୍କୁ ଖୋଜା ଚାଲିଛି। ଖୁବ ଶୀଘ୍ର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବ। ଆକ୍ରମଣକାରୀଙ୍କୁ ଗିରଫ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏକ ପୋଲିସ ଟିମ ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri