ଉଦିତ ପ୍ରଧାନଙ୍କୁ ନେଇ ସାଂଘାତିକ ଖୁଲାସା, ସେଦିନ ରାତିରେ…

ଭୁବନେଶ୍ୱର,୨୨।୭: ଗିରଫ ପରେ ଜେଲରେ ଅଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ ହୋଇଥିବା ଉଦିତଙ୍କୁ କଂଗ୍ରେସ ନିଲମ୍ବନ କରିଛି।

ତେବେ ଏହାରି ଭିତରେ ବଡ଼ ଖବର ଆସ୍ନାକୁ ଆସିଛି। ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ସହଯୋଗୀ ଗିରଫ ହୋଇଛନ୍ତି। ଉଦିତ ପ୍ରଧାନଙ୍କ ଅନ୍ୟତମ ସହଯୋଗୀ ଆୟୁଷ୍ମାନ ସାହୁ ଗିରଫ। କାଲି ଭିଡିଓ କରି ଉଦିତଙ୍କ ଦୋଷ ନ ଥିବା କହିଥିଲେ ଆୟୁଷ୍ମାନ।
ତେବେ ବଳାତ୍କାର ମାମଲାକୁ ଗଣବଳାତ୍କାର ମାମଲାରେ ପରିବର୍ତ୍ତନ କରିଛି ପୋଲିସ।
ଆୟୁଷ୍ମାନଙ୍କ ବିରୋଧରେ ପୀଡ଼ିତା ବୟାନ ଦେଇଥିବା ପୋଲିସ ସୂଚନା ଦେଇଛି।

ଉଦିତ ଗିରଫ ପରେ କହିଛନ୍ତି, ଏହା ଭାଜପା ସରକାରର ପ୍ଲାନ। ଏବିଭିପି ଯୋଜନା କରି ଫସେଇ ଦେଇଛି। ମେଡିକାଲ ରିପୋର୍ଟ ଆସିଲେ ସତ୍ୟତା ଜଣାପଡିବ। ଆଗକୁ ନିର୍ବାଚନ ଆସୁଛି, ସେଥିପାଇଁ ମୋତେ ଫସାଯାଉଛି। ସେ ଯୁବତୀ କିଏ ମୁଁ ଜାଣିନାହିଁ। ମେଡିକାଲ ରିପୋର୍ଟ ଆସିଲେ ସତ ଜଣାପଡିବ ବୋଲି କହିଛନ୍ତି ଉଦିତ।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ପୀଡ଼ିତା ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସଂଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri