ଉଦିତ ପ୍ରଧାନଙ୍କୁ ନେଇ ସାଂଘାତିକ ଖୁଲାସା, ସେଦିନ ରାତିରେ…

ଭୁବନେଶ୍ୱର,୨୨।୭: ଗିରଫ ପରେ ଜେଲରେ ଅଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ ହୋଇଥିବା ଉଦିତଙ୍କୁ କଂଗ୍ରେସ ନିଲମ୍ବନ କରିଛି।

ତେବେ ଏହାରି ଭିତରେ ବଡ଼ ଖବର ଆସ୍ନାକୁ ଆସିଛି। ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ସହଯୋଗୀ ଗିରଫ ହୋଇଛନ୍ତି। ଉଦିତ ପ୍ରଧାନଙ୍କ ଅନ୍ୟତମ ସହଯୋଗୀ ଆୟୁଷ୍ମାନ ସାହୁ ଗିରଫ। କାଲି ଭିଡିଓ କରି ଉଦିତଙ୍କ ଦୋଷ ନ ଥିବା କହିଥିଲେ ଆୟୁଷ୍ମାନ।
ତେବେ ବଳାତ୍କାର ମାମଲାକୁ ଗଣବଳାତ୍କାର ମାମଲାରେ ପରିବର୍ତ୍ତନ କରିଛି ପୋଲିସ।
ଆୟୁଷ୍ମାନଙ୍କ ବିରୋଧରେ ପୀଡ଼ିତା ବୟାନ ଦେଇଥିବା ପୋଲିସ ସୂଚନା ଦେଇଛି।

ଉଦିତ ଗିରଫ ପରେ କହିଛନ୍ତି, ଏହା ଭାଜପା ସରକାରର ପ୍ଲାନ। ଏବିଭିପି ଯୋଜନା କରି ଫସେଇ ଦେଇଛି। ମେଡିକାଲ ରିପୋର୍ଟ ଆସିଲେ ସତ୍ୟତା ଜଣାପଡିବ। ଆଗକୁ ନିର୍ବାଚନ ଆସୁଛି, ସେଥିପାଇଁ ମୋତେ ଫସାଯାଉଛି। ସେ ଯୁବତୀ କିଏ ମୁଁ ଜାଣିନାହିଁ। ମେଡିକାଲ ରିପୋର୍ଟ ଆସିଲେ ସତ ଜଣାପଡିବ ବୋଲି କହିଛନ୍ତି ଉଦିତ।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ପୀଡ଼ିତା ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସଂଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri