୯୫୭ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧.୭୭ ଲକ୍ଷ ଭୋଟର

ଧର୍ମଶାଳା,୧୪ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଧର୍ମଶାଳା ବ୍ଲକରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‌ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ବ୍ଲକର ୪୫ ପଞ୍ଚାୟତରେ ୱାର୍ଡ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପ୍ରାର୍ଥୀ ଭାବେ ମୋଟ ୯୫୭ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧ ଲକ୍ଷ ୭୭ ହଜାର ୧୧୨ଜଣ ଭୋଟର ମତଦାନ କରିବେ। ୪୫ ପଞ୍ଚାୟତ ମଧ୍ୟରୁ ୨ଟିରେ ସରପଞ୍ଚ, ୨ଟିରେ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ୩୦୧ଟି ଓ୍ବାର୍ଡର ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଥିବାବେଳେ ୪୪ଟି ଓ୍ବାର୍ଡରେ କେହି ପ୍ରାର୍ଥୀ ନାହାନ୍ତି।
ଧର୍ମଶାଳା ବ୍ଲକର ୫ଟି ଜିଲା ପରିଷଦ ଜୋନ୍‌ରେ ୨୦ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୪୩ ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ୧୬୨ ଜଣ ଓ ସମିତି ସଭ୍ୟ ପାଇଁ ୧୩୮ଜଣ ଓ ୨୯୨ଟି ୱାର୍ଡରେ ୬୩୭ଜଣ ପ୍ରାର୍ଥୀ ହୋଇଛନ୍ତି। ୧୬ ତାରିଖ ସକାଳ ୭ରୁ ବ୍ଲକର ୬୩୭ଟି ବୁଥରେ ଭୋଟ ଗ୍ରହଣ କରାଯାଇ ଦିନ ୧ଟା ସୁଦ୍ଧା ଶେଷ ହେବ। ୯୧ ହଜାର ୭୦ଜଣ ପୁରୁଷ ଓ ୮୬ହଜାର ୪୨ଜଣ ମହିଳା ମୋଟ ୧ଲକ୍ଷ ୭୭ ହଜାର ୧୧୨ଜଣ ଭୋଟର ମତଦାନ କରିବେ। ୬୩୭ ବୁଥ ପାଇଁ ୨୮ଶହ ପୋଲିଂ କର୍ମଚାରୀ ନିୟୋଜିତ ହେବେ। ପୋଲିଂ ପାର୍ଟି ଧର୍ମଶାଳା ମହାବିଦ୍ୟାଳୟରୁ ୧୫ ତାରିଖ ସୁଦ୍ଧା ପୋଲିଂ ସାମଗ୍ରୀ ଧରି ବୁଥ୍‌ରେ ପହଞ୍ଚତ୍ବେ ବୋଲି ଧର୍ମଶାଳା ବିଡିଓ ତଥା ନିର୍ବାଚନ ଅଧିକାରୀ ଅରବିନ୍ଦ ବେହେରା ସୂଚନା ଦେଇଛନ୍ତି। ଚଳିତଥର ବୁଥ୍‌ରେ ଭୋଟ ଗଣତି ହେଉ ନ ଥିବାରୁ ଭୋଟ ବାକ୍ସ ଛଡ଼ାଇନେବା ଓ ନଷ୍ଟ କରିବା ଘଟଣା ପୁନରାବୃତ୍ତି ହେବ ନାହିଁ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri