୯୫୭ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧.୭୭ ଲକ୍ଷ ଭୋଟର

ଧର୍ମଶାଳା,୧୪ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଧର୍ମଶାଳା ବ୍ଲକରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‌ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ବ୍ଲକର ୪୫ ପଞ୍ଚାୟତରେ ୱାର୍ଡ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପ୍ରାର୍ଥୀ ଭାବେ ମୋଟ ୯୫୭ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧ ଲକ୍ଷ ୭୭ ହଜାର ୧୧୨ଜଣ ଭୋଟର ମତଦାନ କରିବେ। ୪୫ ପଞ୍ଚାୟତ ମଧ୍ୟରୁ ୨ଟିରେ ସରପଞ୍ଚ, ୨ଟିରେ ସମିତିସଭ୍ୟ ପ୍ରାର୍ଥୀ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ୩୦୧ଟି ଓ୍ବାର୍ଡର ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଥିବାବେଳେ ୪୪ଟି ଓ୍ବାର୍ଡରେ କେହି ପ୍ରାର୍ଥୀ ନାହାନ୍ତି।
ଧର୍ମଶାଳା ବ୍ଲକର ୫ଟି ଜିଲା ପରିଷଦ ଜୋନ୍‌ରେ ୨୦ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୪୩ ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ୧୬୨ ଜଣ ଓ ସମିତି ସଭ୍ୟ ପାଇଁ ୧୩୮ଜଣ ଓ ୨୯୨ଟି ୱାର୍ଡରେ ୬୩୭ଜଣ ପ୍ରାର୍ଥୀ ହୋଇଛନ୍ତି। ୧୬ ତାରିଖ ସକାଳ ୭ରୁ ବ୍ଲକର ୬୩୭ଟି ବୁଥରେ ଭୋଟ ଗ୍ରହଣ କରାଯାଇ ଦିନ ୧ଟା ସୁଦ୍ଧା ଶେଷ ହେବ। ୯୧ ହଜାର ୭୦ଜଣ ପୁରୁଷ ଓ ୮୬ହଜାର ୪୨ଜଣ ମହିଳା ମୋଟ ୧ଲକ୍ଷ ୭୭ ହଜାର ୧୧୨ଜଣ ଭୋଟର ମତଦାନ କରିବେ। ୬୩୭ ବୁଥ ପାଇଁ ୨୮ଶହ ପୋଲିଂ କର୍ମଚାରୀ ନିୟୋଜିତ ହେବେ। ପୋଲିଂ ପାର୍ଟି ଧର୍ମଶାଳା ମହାବିଦ୍ୟାଳୟରୁ ୧୫ ତାରିଖ ସୁଦ୍ଧା ପୋଲିଂ ସାମଗ୍ରୀ ଧରି ବୁଥ୍‌ରେ ପହଞ୍ଚତ୍ବେ ବୋଲି ଧର୍ମଶାଳା ବିଡିଓ ତଥା ନିର୍ବାଚନ ଅଧିକାରୀ ଅରବିନ୍ଦ ବେହେରା ସୂଚନା ଦେଇଛନ୍ତି। ଚଳିତଥର ବୁଥ୍‌ରେ ଭୋଟ ଗଣତି ହେଉ ନ ଥିବାରୁ ଭୋଟ ବାକ୍ସ ଛଡ଼ାଇନେବା ଓ ନଷ୍ଟ କରିବା ଘଟଣା ପୁନରାବୃତ୍ତି ହେବ ନାହିଁ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?