ନିର୍ଦ୍ଧାରଣ ହେବ ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.)

ଅନୁଗୋଳ ଜିଲାର ଛେଣ୍ଡିପଦା ଏବଂ କଣିହଁା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚତ୍ସାରିଥିବାବେଳେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହିତ ସମାପନ କରିବାକୁ ସମସ୍ତ ବଳ ଲଗାଇଦେଇଛି ପ୍ରଶାସନ।
ଜିଲାର ଅନ୍ୟତମ ରାଜନୈତିକ ପ୍ରାଣକେନ୍ଦ୍ର ଛେଣ୍ଡିପଦା ବ୍ଲକର ୪ ଜୋନ୍‌ରେ ୧୪ ଜିଲା ପରିଷଦ ପଦବୀ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି ୩୪ ପଞ୍ଚାୟତରେ ୯୯ ସରପଞ୍ଚ ପ୍ରାର୍ଥୀ, ୮୧ ସମିତିସଭ୍ୟ ପ୍ରାର୍ଥୀ ଏବଂ ୮୧୭ ୱାର୍ଡସଭ୍ୟ ନିର୍ବାଚନ ଲଢୁଛନ୍ତି। ୧ଲକ୍ଷ ୨୬ହଜାର ୩୭୯ଭୋଟର ୧୦୧୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏଥିଲାଗି ୪୩୨ ବୁଥ୍‌ କରାଯାଇଥିବାବେଳେ ମୋଟ୍‌ ୧,୭୨୮ ପୋଲିଂ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏତଦ୍‌ବ୍ୟତୀତ ୩୪ ସେକ୍ଟର ଅଫିସର, ୪ ରିଜର୍ଭ ଅଫିସର, ୪ ଜୋନାଲ ଅଫିସର ମଧ୍ୟ ନିୟୋଜିତ ହୋଇଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଅତିରିକ୍ତ ଅରକ୍ଷୀ ଅଧିକ୍ଷକଙ୍କ ନେତୃତ୍ୱରେ ଏସଡିପିଓ, ୬ ଇନ୍ସପେକ୍ଟରଙ୍କ ସମେତ ୧୫୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ମୁତୟନ ହୋଇଛନ୍ତି। ପୂର୍ବାହ୍ନରେ ଛେଣ୍ଡିପଦାସ୍ଥିତ ବାପୁଜୀ ମହାବିଦ୍ୟାଳୟ ପରିସରରୁ ପୁଲିଂ ପାର୍ଟି ବାହାରି ଗନ୍ତବ୍ୟ ସ୍ଥଳରେ ପହଞ୍ଚତ୍ ସାରିଛନ୍ତି। ଚଳିତ ପଞ୍ଚାୟତ ନିର୍ବାଚନରେ ଜିଲା ପରିଷଦ ପଦବୀଗୁଡ଼ିକରେ ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ କଡ଼ା ମୁକାବିଲା ହେଉଛି। ସକାଳ ୭ଟାରୁ ଅପରାହ୍ନ ୧ଟା ଯାଏ ଭୋଟଗ୍ରହଣ ହେବ। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟ ବକ୍ସଗୁଡ଼ିକୁ ସିଲ୍‌ କରାଯାଇ ବ୍ଲକ ପ୍ରଶାସନ ପକ୍ଷରୁ କରାଯାଇଥିବା ଷ୍ଟ୍ରଙ୍ଗ ରୁମରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?