ପୁଅର ମୃତଦେହ ବୋହିନେଲେ ବାପା

ରାୟଗଡ଼ା ଅଫିସ,୨୧ା୩: ମୃତଦେହକୁ ମିଳିଲାନି ମହାପ୍ରୟାଣ ଗାଡ଼ି। ରାୟଗଡ଼ା ସହରରେ ୯ବର୍ଷର ପୁଅ ଆକାଶର ମୃତଦେହକୁ ବାପା ସୁରଧର ବେନିଆ କାନ୍ଧରେ ଦେଢ଼ କ.ମି. ବୋହି ନେଉଥିବାର ଦୃଶ୍ୟ ରବିବାର ଦେଖିବାକୁ ମିଳିଛି। ପରିବାର ଓ ସମ୍ପର୍କୀୟମାନେ କାନ୍ଦି କାନ୍ଦି ମୃତଦେହ ବୋହି ନେଉଥିବାର ଦୃଶ୍ୟ କଳାହାଣ୍ଡିର ଦାନ ମାଝିଙ୍କ କଥାକୁ ସୁରଧର ମନେ ପକାଇଦେଇଛି। ସୂଚନା ଅନୁଯାୟୀ, ଆକାଶକୁ ଝାଡ଼ାବାନ୍ତି ହେଉଥିଲା। ରବିବାର ସକାଳେ ସେ ଗୁରୁତର ହୋଇ ପଡ଼ିଥିଲେ। ବାପା ଓ ପରିବାର ଲୋକେ ତାଙ୍କୁ ଜିଲା ମୁଖ୍ୟ ଚକିତ୍ସାଳୟକୁ ନେଇଥିଲେ। ମେଡିକଲ କାଜୁଆଲିଟି ଦାୟିତ୍ୱରେ ଥିବା ଡାକ୍ତର ରାଜେନ୍ଦ୍ର ସୋରେନ୍‌ ଆକାଶଙ୍କ ପ୍ରାଥମିକ ଚିକିତ୍ସା କରି ବାଟରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଘୋଷଣା କରିଥିଲେ। ଦୀର୍ଘ ସମୟ ଧରି ପୁଅର ମୃତଦେହ ଡାକ୍ତରଖାନା ପରିସରରେ ପଡ଼ିରହିଥିଲେ ମଧ୍ୟ ନେବା ମହାପ୍ରୟାଣ ଗାଡ଼ିର କୌଣସି ସୁବିଧା ମଳି ନ ଥିଲା। ଶେଷରେ ବାଧ୍ୟହୋଇ ସୁରଧର ପୁଅର ମୃତଦେହକୁ ନିଜ କାନ୍ଧରେ ବୋହି ଚାଲି ଚାଲି ଘରକୁ ନେଇ ସତ୍କାର କରିଥିବା କହିଛନ୍ତି । ମୃତଦେହ ବୋହିନେବା ସମୟର ଭିଡିଓ ଭାଇରାଲ ହେବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସିଡିଏମ୍‌ଓ ଡା. ଲାଲମୋହନ ରାଉତରାୟ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri