୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସକିଲା ଟୁଡୁଙ୍କ ଘର ମୟୂରଭଞ୍ଜ ଜିଲାରେ ହୋଇଥିବାବେଳେ ସେ ଭୁବନେଶ୍ୱର ଶହୀଦନଗର ଅଞ୍ଚଳରେ ଥିବା ଏକ ବସ୍ତିରେ ରହୁଥିଲେ। ବିଚାରପତି ସରୋଜ କୁମାର ସାହୁ ମାମଲାର ଶୁଣାଣି ସମୟରେ ସରକାରଙ୍କ ପକ୍ଷରୁ ୨୩ ଏବଂ ଅଭିଯୁକ୍ତଙ୍କ ପକ୍ଷରୁ ୪ ଜଣ ସାକ୍ଷୀଙ୍କ ବୟାନ ଓ ୨୬ ଦସ୍ତାବିଜକୁ ଆଧାର କରି ଏହି ରାୟ ଶୁଣାଇଛନ୍ତି।
ପ୍ରାପ୍ତସୂଚନା ଅନୁଯାୟୀ, ଅଭିଯୁକ୍ତ ସକିଲା ପୀଡ଼ିତାଙ୍କ ବାପା। ସେ ପୀଡ଼ିତାଙ୍କ ଇଚ୍ଛା ବିରୋଧରେ ତାଙ୍କୁ ୪ ମାସ ଧରି ତାଙ୍କ ସହ ଜୋରଜବଦସ୍ତି ବଳାତ୍କାର କରୁଥିଲେ। ଏନେଇ କାହାକୁ କହିଲେ ଜୀବନରୁ ମାରି ଦେବାକୁ ଧମକ ଦେଇ ଆସୁଥିଲେ। ଶେଷରେ ଅଭିଯୁକ୍ତ ବାପା ସକିଲା ନିଜ ଝିଅକୁ ବିବାହ କରିବାକୁ ଜିଦ୍‌ ଧରିବାରୁ ଏନେଇ ଝିଅ ମା’ଙ୍କୁ ଜଣାଇଥିଲେ। ପୀଡ଼ିତାଙ୍କ ମା’ ଏନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରିବା ସହ ୨୦୨୧ ଏପ୍ରିଲ ୯ ତାରିଖରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ ମାମଲାର ବିଚାରପ୍ରକ୍ରିୟା ଚାଲୁଥିବାବେଳେ ପୀଡ଼ିତା ନାବାଳିକା ଜଣଙ୍କ ଲୋକଲଜ୍ଜା ଭୟରେ ଆତ୍ମହତ୍ୟା କରିଥିଲେ, ଯାହା ଫଳରେ ମାମଲାର ଗୁରୁତ୍ୱ ବଢ଼ି ଯାଇଥିଲା। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ରାଜୀବ ସାସ୍‌ମଲ ଓ ଅତିରିକ୍ତ ପିପି ବଳରାମ ଦେଓ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଙ୍କ ହସ ମିଠା, କଥା ମିଠା ନାଁ ମିଠି, ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri