ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀମାଞ୍ଚଳ ନାୟକ(୫୫)। ବୋହୂ ସୁଲତା ନାୟକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ସୁଲତା ସୀମାଞ୍ଚଳଙ୍କର ବଡ଼ ପୁଅଙ୍କ ସ୍ତ୍ରୀ ଅଟନ୍ତି।

ସୀମାଞ୍ଚଳଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ। ସମସ୍ତେ ବାହାର ରାଜ୍ୟରେ କାମ କରୁଛନ୍ତି। ସୀମାଞ୍ଚଳଙ୍କର ସାନ ପୁଅ ବିବାହ କରି ନାହାନ୍ତି। ସୀମାଞ୍ଚଳ ତାଙ୍କ ବୋହୂ ସୁଲତା ଓ ନାତୁଣୀ ସହ ଗାଁରେ ରହୁଥିଲେ। କିନ୍ତୁ ସବୁବେଳେ ଶ୍ୱଶୁର-ବୋହୂଙ୍କ ମଧ୍ୟରେ ଝଗଡ଼ା ହୋଇଥାଏ।

ଶନିବାର ରାତିରେ ମଧ୍ୟ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।ଏଥିରେ ଉତ୍‌କ୍ଷିପ୍ତ ହୋଇ ସୁଲତା ଏକ କାଠ ଫାଳିଆରେ ସୀମାଞ୍ଚଳଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଘଟଣାସ୍ଥଳରେ ସୀମାଞ୍ଚଳଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ଏନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇବା ସହ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri