ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୀମାଞ୍ଚଳ ନାୟକ(୫୫)। ବୋହୂ ସୁଲତା ନାୟକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ସୁଲତା ସୀମାଞ୍ଚଳଙ୍କର ବଡ଼ ପୁଅଙ୍କ ସ୍ତ୍ରୀ ଅଟନ୍ତି।

ସୀମାଞ୍ଚଳଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ। ସମସ୍ତେ ବାହାର ରାଜ୍ୟରେ କାମ କରୁଛନ୍ତି। ସୀମାଞ୍ଚଳଙ୍କର ସାନ ପୁଅ ବିବାହ କରି ନାହାନ୍ତି। ସୀମାଞ୍ଚଳ ତାଙ୍କ ବୋହୂ ସୁଲତା ଓ ନାତୁଣୀ ସହ ଗାଁରେ ରହୁଥିଲେ। କିନ୍ତୁ ସବୁବେଳେ ଶ୍ୱଶୁର-ବୋହୂଙ୍କ ମଧ୍ୟରେ ଝଗଡ଼ା ହୋଇଥାଏ।

ଶନିବାର ରାତିରେ ମଧ୍ୟ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।ଏଥିରେ ଉତ୍‌କ୍ଷିପ୍ତ ହୋଇ ସୁଲତା ଏକ କାଠ ଫାଳିଆରେ ସୀମାଞ୍ଚଳଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଘଟଣାସ୍ଥଳରେ ସୀମାଞ୍ଚଳଙ୍କର ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ଏନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇବା ସହ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri